ପ୍ରବାଦ ପୁରୁଷଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ: ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ପ୍ରବାଦ ପୁରୁଷ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା। ଏହା ଲୋକଙ୍କ ସେବା ପାଇଁ ଆମକୁ ସର୍ବଦା ଅନୁପ୍ରାଣୀତ କରିଆସିଛି। ସେହି ମହାନ୍‌ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକଙ୍କୁ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଥିବା ସେ କହିଛନ୍ତି।

ପ୍ରକାଶ ଯେ, କରୋନାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡ଼ମ୍ବରରେ ପାଳନ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କେବଳ ସାମାଜିକ ଦୂରତା ରକ୍ଷା କରି କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବାକୁ କୁହାଯାଇଥିଲା। ହେଲେ ଜୀବନ ବିନ୍ଦୁ କାର୍ଯ୍ୟ ଜାରି ରଖିବେ ବୋଲି ସ୍ପଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri