ପ୍ରବାସୀଙ୍କୁ ଋଣ ଯୋଗାଇଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ)- ଗଞ୍ଜାମ ଜିଲାକୁ ଏକ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ରୋଜଗାର ବାଟ ମିଳିଲେ ଏମାନେ ଆଉ ଅନ୍ୟ ରାଜ୍ୟକୁ ଯିବେନି। ତେଣୁ ଚାଷଠାରୁ ଆରମ୍ଭ କରି କ୍ଷୁଦ୍ରଶିଳ୍ପ ଆଦି କ୍ଷେତ୍ରରେ ଋଣ ଦେବାକୁ ପଡିବ। ଗୁରୁବାର ଗଞ୍ଜାମ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହା କହଛନ୍ତି।
ଲକ୍‌ଡାଉନରେ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ପ୍ରତି ପଞ୍ଚାୟତକୁ ଯାଇ ଲୋକଙ୍କୁ ଭେଟି ସେମାନେ କ’ଣ କରି ଅର୍ଥ ଉପାର୍ଜନ କରିବେ ତାହା ବୁଝି ସେହି ଅନୁଯାୟୀ ଋଣ ଯୋଗାଇଦେବାକୁ ବ୍ୟାଙ୍କ କର୍ତ୍ତୃପକ୍ଷମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଋଣ ସମ୍ପର୍କୀୟ ଏକ ପ୍ଲାନ୍‌ ପ୍ରସ୍ତୁତ କରିବାକୁ ପଡିବ। କୃଷି, ଉଦ୍ୟାନ୍‌, ପ୍ରାଣୀ ସମ୍ପଦ ବିଭାଗ ଏବଂ ବ୍ୟାଙ୍କ କର୍ତ୍ତୃପକ୍ଷ ମିଳିତ ଭାବେ କ୍ୟାମ୍ପ କରି ଲୋକଙ୍କ ଆବଶ୍ୟକ ଅନୁଯାୟୀ ଋଣ ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ କିଭଳି ଚାଷ କରି ଭଲ ଉପାର୍ଜନ କରିବେ ଏବଂ କ୍ଷୁଦ୍ରଶିଳ୍ପ ଓ ମଧ୍ୟମ ଶିଳ୍ପ ଦ୍ୱାରା ଲୋକେ ରୋଜଗାରକ୍ଷମ ହେବେ ସେ ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି। ବୈଠକରେ ୨୦୨୦-୨୧ ବର୍ଷର ବାର୍ଷିକ ଋଣ ଯୋଜନାର ପୁସ୍ତିକା ଉନ୍ମୋଚନ ହୋଇଥିଲା। ଚଳିତବର୍ଷ ଜିଲାରେ ୬୩୧୨.୯୮ କୋଟି ଋଣ ପ୍ରଦାନ ଲକ୍ଷ୍ୟଧାର୍ଯ୍ୟ ହୋଇଛି। ସେଥିମଧ୍ୟରେ କୃଷି କ୍ଷେତ୍ରରେ ୨୯୯୫.୦୭ କୋଟି ଏବଂ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରେ ୨୧୫୧.୭୩ କୋଟି ରହିଛି। ବୈଠକରେ ଆନ୍ଧ୍ର ବ୍ୟାଙ୍କ ଡିଜିଏମ୍‌ ତଥା ଆବାହକ ଭୁବନେଶ୍ୱର ନାୟକ, ଏଲଡିଏମ୍‌ ଅଶୋକ କୁମାର ପଣ୍ଡା ଓ ନାବାର୍ଡ ଏଜିଏମ ସୁମନ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବ୍ୟାଙ୍କ କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri