ପ୍ରବାସୀଙ୍କୁ ନେଇ ଆଜି ଆସିବ ଆଉ ଏକ ଟ୍ରେନ୍‌

ବାରିପଦା ଅଫିସ,୨୮ା୫-ଲକ୍‌ଡାଉନ ଯୋଗୁ ବାଙ୍ଗାଲୋରରେ ଫସି ରହିଥିବା ପ୍ରବାସୀମାନଙ୍କୁ ନେଇ ପୁଣି ଏକ ଶ୍ରମିକ ସ୍ପେଶାଲ୍‌ ଟ୍ରେନ୍‌ ଗୁରୁବାର ମୟୂରଭଞ୍ଜ ଜିଲାର ବାରିପଦାକୁ ଆସିବ। ମଙ୍ଗଳବାର ଅପରାହ୍ନ ୪ଟା ସମୟରେ ଏହି ଟ୍ରେନଟି ବାଙ୍ଗାଲୋର ଷ୍ଟେସନରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ବାରିପଦା ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଗୁରୁବାର ସକାଳ ୬ଟା ସମୟରେ ବାରିପଦା ଭଞ୍ଜପୁର ଷ୍ଟେଶନରେ ପହଞ୍ଚିବ ବୋଲି ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ଜିଲା ପ୍ରଶାସନ ପକ୍ଷରୁ ଭଞ୍ଜପୁର ରେଳଷ୍ଟେଶନରେ ପ୍ରସ୍ତୁତିକୁ ନେଇ ଅଧିକାରୀମାନେ ଅନୁଧ୍ୟାନ କରିଥିଲେ। ଜିଲାକୁ ଆସୁଥିବା ଏହି ପ୍ରବାସୀମାନଙ୍କୁ ବସ୍‌ ଯୋଗେ ସେମାନଙ୍କ ନିଜ ନିଜ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରକୁ ପଠାଇବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଗତ ମଙ୍ଗଳବାର ତାମିଲନାଡୁରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ୨୮୪ ଜଣ ପ୍ରବାସୀ ଶ୍ରମିକଙ୍କୁ ନେଇ ଏକ ଟ୍ରେନ୍‌ ବାରିପଦାରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri