Posted inଜାତୀୟ

ପ୍ରବାସୀଙ୍କ ଟ୍ରେନ୍‌ ରାଜ୍ୟରେ ପ୍ରବେଶ ଅନୁମତି ନ ଦେବାରୁ ମମତାଙ୍କ ପାଖକୁ ପତ୍ର ଲେଖିଲେ ଶାହା

ନୂଆଦିଲ୍ଲୀ,୯।୫: କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ଲାଗି ରହିଥିବା ତୁତୁ ମେମେ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଏବେ ପୁଣିଥରେ ପ୍ରବାସୀ ଶ୍ରମିକଙ୍କୁ ନେଇ ପରସ୍ପର ମଧ୍ୟରେ ଟଣାଓଟରା ଆରମ୍ଭ ହୋଇଯାଇଛି। କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗି ରହିଥିବା ଲକ୍‌ଡାଉନ ଯୋଗୁ ଏହି ସମୟରେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ କିଛି ରାଜ୍ୟ ସରକାର ଉଦ୍ୟମ କରିଥିବା ବେଳେ କେନ୍ଦ୍ର ସରକାର ସେମାନଙ୍କୁ ସାହାଯ୍ୟ କରିଛନ୍ତି। ହେଲେ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ପ୍ରବାସୀ ଶ୍ରମିକଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ସେମିତି କୌଣସି ପଦକ୍ଷେପ ନିଆଯାଇନାହିଁ। ଏହାକୁ ନେଇ ଶନିବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ପତ୍ର ଲେଖିଛନ୍ତି। ଏହି ପତ୍ରରେ ସେ ‘ଶ୍ରମିକ ସ୍ପେଶାଲ ଟ୍ରେନ୍‌’ କଥା ଉଲ୍ଲେଖ କରିଛନ୍ତି। ଏହି ସମୟରେ ପ୍ରାୟ ସବୁ ରାଜ୍ୟ ପ୍ରବାସୀ ଶ୍ରମିକଙ୍କୁ ନିଜ ରାଜ୍ୟକୁ ଫେରାଇ ନେଉଥିବା ବେଳେ ପଶ୍ଚିମବଙ୍ଗ ସରକାର ‘ଶ୍ରମିକ ସ୍ପେଶାଲ ଟ୍ରେନ୍‌’ କୁ ରାଜ୍ୟରେ ପ୍ରବେଶ ଅନୁମତି ନ ହେବା ସେମାନଙ୍କ ପ୍ରତି ଅନ୍ୟାୟ ବୋଲିି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri