ପ୍ରବାସୀଙ୍କ ସୁରକ୍ଷା ପାଇଁ ରଣନୀତି: ଷ୍ଟେଶନ, ସଙ୍ଗରୋଧ କେନ୍ଦ୍ରରେ ଅଧିକ ପୋଲିସ ମୁତୟନ ହେବେ

କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍‌ ଏବଂ ବସ୍‌ରେ ସେମାନେ ଓଡ଼ିଶା ଫେରୁଛନ୍ତି। ଏହାକୁ ନେଇ ରଣନୀତି ପ୍ରସ୍ତୁତ କରିଛି ରାଜ୍ୟ ପୋଲିସ। ଶନିବାର ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଯଥା ଆଇଜି, ଡିଆଇଜି ଏବଂ ଏସ୍‌ପିମାନଙ୍କ ସହ ଭିଡିଓ କନ୍‌ଫରନ୍ସିଂରେ ଏନେଇ ଆଲୋଚନା କରିଛନ୍ତି ଡିଜିପି ଅଭୟ। ସୀମାରେ କଡ଼ାକଡ଼ି ଯାଞ୍ଚକୁ ଗୁରୁତ୍ୱ ଦିଆଯାଇଛି।

ଆନ୍ତଃ ରାଜ୍ୟ ତନଖି ଫାଟକଗୁଡ଼ିକର ଠିକ୍‌ ପରିଚାଳନା ଉପରେ ଡିଜିପି ଅଭୟ ଆଲୋଚନା କରିଥିଲେ। ପ୍ରବାସୀ ଶ୍ରମିକମାନେ ରାଜ୍ୟ ଭିତରେ ପ୍ରବେଶ କରିବା ପରେ କିଭଳି ଭାବେ ଗନ୍ତବ୍ୟ ସ୍ଥଳରେ ସୁରକ୍ଷିତ ଭାବେ ପହଞ୍ଚିପାରିବେ ସେ ସମ୍ପର୍କରେ ଡିଜିପି ଗୁରୁତ୍ୱ ଦେଇଥିଲେ। ଟ୍ରେନ୍‌ରେ ପହଞ୍ଚିବା ସ୍ଥଳରେ ପର୍ଯ୍ୟାପ୍ତ ପୋଲିସ ମୁତୟନ କରାଯିବ ଓ ସେମାନଙ୍କ ରହଣି ସ୍ଥାନରେ କଡ଼ା ପୋଲିସ ପହରା ଦିଆଯିବ। ବିଶେଷକରି ଗ୍ରାମାଞ୍ଚଳରେ ପ୍ରସ୍ତୁତ କରାଯାଇଥିବା ସଙ୍ଗରୋଧ କେନ୍ଦ୍ରଗୁଡିକର ସୁରକ୍ଷା ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଡିଜିପି ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅନ୍ୟପକ୍ଷରେ ଅତ୍ୟଧିକ ଦୁର୍ବଳ କିମ୍ବା ଅସୁସ୍ଥ ପୋଲିସ କର୍ମଚାରୀଙ୍କୁ କଷ୍ଟଦାୟକ କାର୍ଯ୍ୟରେ ନିୟୋଜିତ ନ କରିବା ପାଇଁ ପୂର୍ବରୁ ଦିଆଯାଇଥିବା ନିର୍ଦ୍ଦେଶକୁ ପାଳନ କରିବାକୁ କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡ ଅର୍ଥକୁ ଠିକ୍‌ ଭାବେ ବିନିଯୋଗ କରିବା, ଲକ୍‌ଡାଉନ୍‌ ଓ ଆନୁଷଙ୍ଗିକ କାର୍ଯ୍ୟରେ ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନ୍‌କୁ ମୁତୟନ, ବିଭିନ୍ନ ସାମଗ୍ରୀର ନିଲାମ୍‌, ପୋଲିସ କର୍ମଚାରୀଙ୍କ କଲ୍ୟାଣ ଏବଂ ଲକ୍‌ଡାଉନ୍‌ ନିୟମର କାର୍ଯ୍ୟକାରିତା ବିଷୟରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ ପୋଲିସ ମୁଖ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri