Posted inପୁରୀ

ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ପରୀକ୍ଷାରେ ବିଳମ୍ବ

ନିମାପଡ଼ା,୧୩ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ ଓଡ଼ିଆ ନିମାପଡ଼ା ଅଞ୍ଚଳକୁ ଫେରିଛନ୍ତି। ଏହି ପ୍ରବାସୀମାନେ ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଛନ୍ତି। ରହିବାର ୭/୮ଦିନ ବିତିଯାଇଥିଲେ ସୁଦ୍ଧା ଅଦ୍ୟାବଧି ପ୍ରବାସୀଙ୍କ ସ୍ବାବ୍‌ ଓ ରକ୍ତ ନମୁନା ପରୀକ୍ଷା କରାଯାଇ ନାହିଁ। ମାତ୍ର ୨୫ପ୍ରତିଶତ ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ନମୁନା ସଂଗ୍ରହ କରାଯାଇଥିବାବେଳେ ବାକି ୭୫ପ୍ରତିଶତଙ୍କ ନମୁନା ସଂଗ୍ରହ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସ୍ବାସ୍ଥ୍ୟ ବିଭାଗର ଅବହେଳା ଓ ଉଦାସୀନତା ଯୋଗୁ ପ୍ରବାସୀଙ୍କ ପରୀକ୍ଷା କରାଯିବାରେ ବିଳମ୍ବ ହେଉଥିବା ଜଣାପଡ଼ିଛି। ଗତ କିଛିଦିନ ତଳେ ଖୋଲାଯାଇଥିବା ସ୍ବାବ୍‌ ନମୁନା ସଂଗ୍ରହ କେନ୍ଦ୍ର ସପ୍ତାହକେ ୧/୨ଥର ଖୋଲୁଥିବାବେଳେ ଅଳ୍ପ ସଂଖ୍ୟାରେ ସ୍ବାବ୍‌ ସଂଗ୍ରହ କରାଯାଉଛି। ନିମାପଡ଼ାକୁ ଦୈନିକ ବହୁ ସଂଖ୍ୟାରେ ପ୍ରବାସୀ ଫେରୁଥିବାବେଳେ ସ୍ବାବ ନମୁନା ସଂଗ୍ରହ କେନ୍ଦ୍ର ପ୍ରତିଦିନ ଖୋଲାଯିବାର ଆବଶ୍ୟକତା ରହିଛି। ଏ ସମ୍ପର୍କରେ ବିଡିଓ ମନୋଜ କୁମାର ବେହେରା ଓ ନିମାପଡ଼ା ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଚିକିତ୍ସାଧିକାରୀ ଡା.କ୍ଷମାନିଧି ସେଠୀଙ୍କୁ ପଚାରିବାରୁ ଅଧିକ ସ୍ବାବ ସଂଗ୍ରହ ଦିଗରେ ଆମେ ସ୍ବାସ୍ଥ୍ୟ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରିଛୁ ବୋଲି କହିଛନ୍ତି। ଏହାସହ ନିମାପଡ଼ାବାସୀ ମଧ୍ୟ ଏ ଦିଗରେ କଡ଼ା ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri