ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌:  ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୩୦।୪(ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍‌ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ଭୋରରେ ଅନ୍ୟ ୪ଟି ବସ୍‌ ସୁରଟର ଉଦ୍ଧାନରୁ ଓଡ଼ିଆ ଲୋକଙ୍କୁ ଧରି ଯାତ୍ରା ଆରମ୍ଭ କରିଛି। ଏହି ବସ ଗୁଡିକ ଜଗନ୍ନାଥପ୍ରସାଦ, ତାକରଡ଼ା ଏବଂ ଓଡ଼ଁଗାକୁ ଆସିବ। ସେହିପରି ରାତିରେ ସୁରଟର ବିଭିନ୍ନ ସ୍ଥାନରୁ ଆଉ ୧୫ଟି ବସ୍‌ ଓଡ଼ିଶା ଅଭିମୁଖେ ବାହାରିବ ବୋଲି ଜଣାପଡିଛି। ଏସବୁ ବସ୍‌ରେ ଗଞ୍ଜାମ, ଭଦ୍ରକ ଓ ମୟୁରଭଞ୍ଜ ଜିଲାକୁ ଲୋକେ ଫେରିବେ ବୋଲି ସୂଚନା ମିଳିଛି। ଏମାନେ ବହୁ କଷ୍ଟରେ ଚଳୁଥିବା ଓ ଧାର, କରଜ କରି ବସ୍‌ଭଡା ଯୋଗାଡ଼ କରି ଭିଟାମାଟିକୁ ଫେରୁଛନ୍ତି। ପ୍ରବାସୀ ଓଡ଼ିଆ ସମାଜର କର୍ମକର୍ତ୍ତାମାନେ ସେମାନଙ୍କ ସୁରକ୍ଷା ନେଇ ସ୍ବତନ୍ତ୍ର ପଦକ୍ଷେପ ନେଉଛନ୍ତି ।
ସୁରଟରୁ ଓଡ଼ିଆମାନେ ନିଜ ଅଞ୍ଚଳକୁ ଫେରିବାକୁ ବ୍ୟାକୁଳ ହେଉଥିବା ବେଳେ ସେଠାରେ ଥିବା ବେଲଗୁଣ୍ଠା ବ୍ଲକ ବୋରି ଅଞ୍ଚଳର ଜଣେ ୪୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ସେ ହୃଦଘାତରେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ସୋମବାରଠୁ ଚିକିସତ୍ାଧୀନ ଥିଲେ ବୋଲି ଜଣାପଡିଛି। ଏପଟେ ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ଜିଲାରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବସ୍‌ ଗୁଡ଼ିକ ଗଞ୍ଜାମ ଜିଲା ସୀମା ଭିତରେ ପଶିବା ପରେ ସିଧା ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ନିଆଯିବ। ସେଠାରେ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ କ୍ୱାରାଣ୍ଟାନରେ ରଖାଯିବ। ବାଟରେ କୈଣସି ସ୍ଥାନରେ ବସ୍‌ ଅଟକିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri