ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌: ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧ା୫ (ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍‌ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ଭୋରରେ ଅନ୍ୟ ୪ଟି ବସ୍‌ ସୁରଟର ଉଦ୍ଧାନରୁ ଓଡ଼ିଆ ଲୋକଙ୍କୁ ଧରି ଯାତ୍ରା ଆରମ୍ଭ କରିଛି। ଏହି ବସ ଗୁଡିକ ଜଗନ୍ନାଥପ୍ରସାଦ, ତାକରଡ଼ା ଏବଂ ଓଡ଼ଁଗାକୁ ଆସିବ। ସେହିପରି ରାତିରେ ସୁରଟର ବିଭିନ୍ନ ସ୍ଥାନରୁ ଆଉ ୧୫ଟି ବସ୍‌ ଓଡ଼ିଶା ଅଭିମୁଖେ ବାହାରିବ ବୋଲି ଜଣାପଡିଛି। ଏସବୁ ବସ୍‌ରେ ଗଞ୍ଜାମ, ଭଦ୍ରକ ଓ ମୟୁରଭଞ୍ଜ ଜିଲାକୁ ଲୋକେ ଫେରିବେ ବୋଲି ସୂଚନା ମିଳିଛି। ଏମାନେ ବହୁ କଷ୍ଟରେ ଚଳୁଥିବା ଓ ଧାର, କରଜ କରି ବସ୍‌ଭଡା ଯୋଗାଡ଼ କରି ଭିଟାମାଟିକୁ ଫେରୁଛନ୍ତି। ପ୍ରବାସୀ ଓଡ଼ିଆ ସମାଜର କର୍ମକର୍ତ୍ତାମାନେ ସେମାନଙ୍କ ସୁରକ୍ଷା ନେଇ ସ୍ବତନ୍ତ୍ର ପଦକ୍ଷେପ ନେଉଛନ୍ତି ।
ସୁରଟରୁ ଓଡ଼ିଆମାନେ ନିଜ ଅଞ୍ଚଳକୁ ଫେରିବାକୁ ବ୍ୟାକୁଳ ହେଉଥିବା ବେଳେ ସେଠାରେ ଥିବା ବେଲଗୁଣ୍ଠା ବ୍ଲକ ବୋରି ଅଞ୍ଚଳର ଜଣେ ୪୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ସେ ହୃଦଘାତରେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ସୋମବାରଠୁ ଚିକିସତ୍ାଧୀନ ଥିଲେ ବୋଲି ଜଣାପଡିଛି। ଏପଟେ ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ଜିଲାରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବସ୍‌ ଗୁଡ଼ିକ ଗଞ୍ଜାମ ଜିଲା ସୀମା ଭିତରେ ପଶିବା ପରେ ସିଧା ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ନିଆଯିବ। ସେଠାରେ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ କ୍ୱାରାଣ୍ଟାନରେ ରଖାଯିବ। ବାଟରେ କୈଣସି ସ୍ଥାନରେ ବସ୍‌ ଅଟକିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri