ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌: ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧ା୫ (ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍‌ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ଭୋରରେ ଅନ୍ୟ ୪ଟି ବସ୍‌ ସୁରଟର ଉଦ୍ଧାନରୁ ଓଡ଼ିଆ ଲୋକଙ୍କୁ ଧରି ଯାତ୍ରା ଆରମ୍ଭ କରିଛି। ଏହି ବସ ଗୁଡିକ ଜଗନ୍ନାଥପ୍ରସାଦ, ତାକରଡ଼ା ଏବଂ ଓଡ଼ଁଗାକୁ ଆସିବ। ସେହିପରି ରାତିରେ ସୁରଟର ବିଭିନ୍ନ ସ୍ଥାନରୁ ଆଉ ୧୫ଟି ବସ୍‌ ଓଡ଼ିଶା ଅଭିମୁଖେ ବାହାରିବ ବୋଲି ଜଣାପଡିଛି। ଏସବୁ ବସ୍‌ରେ ଗଞ୍ଜାମ, ଭଦ୍ରକ ଓ ମୟୁରଭଞ୍ଜ ଜିଲାକୁ ଲୋକେ ଫେରିବେ ବୋଲି ସୂଚନା ମିଳିଛି। ଏମାନେ ବହୁ କଷ୍ଟରେ ଚଳୁଥିବା ଓ ଧାର, କରଜ କରି ବସ୍‌ଭଡା ଯୋଗାଡ଼ କରି ଭିଟାମାଟିକୁ ଫେରୁଛନ୍ତି। ପ୍ରବାସୀ ଓଡ଼ିଆ ସମାଜର କର୍ମକର୍ତ୍ତାମାନେ ସେମାନଙ୍କ ସୁରକ୍ଷା ନେଇ ସ୍ବତନ୍ତ୍ର ପଦକ୍ଷେପ ନେଉଛନ୍ତି ।
ସୁରଟରୁ ଓଡ଼ିଆମାନେ ନିଜ ଅଞ୍ଚଳକୁ ଫେରିବାକୁ ବ୍ୟାକୁଳ ହେଉଥିବା ବେଳେ ସେଠାରେ ଥିବା ବେଲଗୁଣ୍ଠା ବ୍ଲକ ବୋରି ଅଞ୍ଚଳର ଜଣେ ୪୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ସେ ହୃଦଘାତରେ ଗୁରୁତର ଅସୁସ୍ଥ ହୋଇ ପଡ଼ିବାରୁ ସୋମବାରଠୁ ଚିକିସତ୍ାଧୀନ ଥିଲେ ବୋଲି ଜଣାପଡିଛି। ଏପଟେ ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ଜିଲାରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବସ୍‌ ଗୁଡ଼ିକ ଗଞ୍ଜାମ ଜିଲା ସୀମା ଭିତରେ ପଶିବା ପରେ ସିଧା ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ନିଆଯିବ। ସେଠାରେ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ କ୍ୱାରାଣ୍ଟାନରେ ରଖାଯିବ। ବାଟରେ କୈଣସି ସ୍ଥାନରେ ବସ୍‌ ଅଟକିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri