ପ୍ରବାସୀ ଓଡ଼ିଆଙ୍କ ପାଇଁ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ: ଓଡ଼ିଶା ଆସୁଛନ୍ତି ୧୧୫୦ ଜଣ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ପାଇଁ ରାଜ୍ୟ ସରକାର ଏକ ନୂଆ ଅଭିଯାନ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ କରିଛନ୍ତି। ପ୍ରବାସୀଙ୍କୁ କିଭଳି ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଅଣାଯିବ ଏବଂ ନିଜ ପଞ୍ଚାୟତରେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିବ ସେନେଇ ରାଜ୍ୟ ସରକାର ଏପରି ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର ଏନେଇ ଆଇଟି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। କେରଳରୁ ଟ୍ରେନ୍‌ ଯୋଗେ ୨୩ଟି ଜିଲାର ୧୧୫୦ ଜଣ ଓଡ଼ିଶା ଆସୁଛନ୍ତି। କେରଳରୁ ଏମାନେ ସମସ୍ତେ ସୁବିଧାରେ ଆସୁଥିବା ମନୋଜ ମିଶ୍ର ସୂଚନା ଦେଇଛନ୍ତି।
ଓଡ଼ିଶା ଆସୁଥିବା ୧୧୫୦ ପ୍ରବାସୀ ଓଡ଼ିଶାରେ ପହଞ୍ଚିବା ପରେ କିଏ କେଉଁଠିକୁ ଯିବେ ସେଠାକାର ଜିଲାପାଳଙ୍କୁ ସୂଚନା ଦିଆଯାଇଛି। ଗନ୍ତବ୍ୟସ୍ଥଳରେ ଓହ୍ଲାଇବା ପରେ ନିଜ ଜିଲାର ଗାଡ଼ିରେ ସେମାନଙ୍କୁ ନିଆଯିବ। ସେଠାରେ ପ୍ରବାସୀଙ୍କୁ ନିଜ ପଞ୍ଚାୟତରେ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏହା ପୂର୍ବରୁ ପ୍ରବାସୀଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଅପରେଶନ ଟ୍ରେନ୍‌ ଷ୍ଟେଶନରେ ପହଞ୍ଚିବା ପରେ ସେଠାକୁ ବାହାର ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଏପରିକି ମିଡିଆକୁ ମଧ୍ୟ ବାରଣ କରାଯାଇଛି। ଏ ସମ୍ପର୍କରେ ତଥ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଯୋଗାଇ ଦିଆଯିବ। କେବଳ ରେଳ କର୍ମଚାରୀ, ସରକାରୀ ଅଧିକାରୀ ଓ ପୋଲିସ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri