ପ୍ରବାସୀ ଓଡ଼ିଆଙ୍କ ପାଇଁ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ: ଓଡ଼ିଶା ଆସୁଛନ୍ତି ୧୧୫୦ ଜଣ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ପାଇଁ ରାଜ୍ୟ ସରକାର ଏକ ନୂଆ ଅଭିଯାନ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ କରିଛନ୍ତି। ପ୍ରବାସୀଙ୍କୁ କିଭଳି ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଅଣାଯିବ ଏବଂ ନିଜ ପଞ୍ଚାୟତରେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିବ ସେନେଇ ରାଜ୍ୟ ସରକାର ଏପରି ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର ଏନେଇ ଆଇଟି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। କେରଳରୁ ଟ୍ରେନ୍‌ ଯୋଗେ ୨୩ଟି ଜିଲାର ୧୧୫୦ ଜଣ ଓଡ଼ିଶା ଆସୁଛନ୍ତି। କେରଳରୁ ଏମାନେ ସମସ୍ତେ ସୁବିଧାରେ ଆସୁଥିବା ମନୋଜ ମିଶ୍ର ସୂଚନା ଦେଇଛନ୍ତି।
ଓଡ଼ିଶା ଆସୁଥିବା ୧୧୫୦ ପ୍ରବାସୀ ଓଡ଼ିଶାରେ ପହଞ୍ଚିବା ପରେ କିଏ କେଉଁଠିକୁ ଯିବେ ସେଠାକାର ଜିଲାପାଳଙ୍କୁ ସୂଚନା ଦିଆଯାଇଛି। ଗନ୍ତବ୍ୟସ୍ଥଳରେ ଓହ୍ଲାଇବା ପରେ ନିଜ ଜିଲାର ଗାଡ଼ିରେ ସେମାନଙ୍କୁ ନିଆଯିବ। ସେଠାରେ ପ୍ରବାସୀଙ୍କୁ ନିଜ ପଞ୍ଚାୟତରେ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏହା ପୂର୍ବରୁ ପ୍ରବାସୀଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଅପରେଶନ ଟ୍ରେନ୍‌ ଷ୍ଟେଶନରେ ପହଞ୍ଚିବା ପରେ ସେଠାକୁ ବାହାର ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଏପରିକି ମିଡିଆକୁ ମଧ୍ୟ ବାରଣ କରାଯାଇଛି। ଏ ସମ୍ପର୍କରେ ତଥ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଯୋଗାଇ ଦିଆଯିବ। କେବଳ ରେଳ କର୍ମଚାରୀ, ସରକାରୀ ଅଧିକାରୀ ଓ ପୋଲିସ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri