ପ୍ରବାସୀ ଓଡିଆଙ୍କୁ ସହାୟତା

ଖଇରା, ୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଔପଦା ନିର୍ବାଚନମଣ୍ଡଳୀରେ ରାଜନେତା ଶଶି ସାହୁ ପ୍ରାକୃତିକ ବିପତ୍ତି ସମୟରେ ସିମୁଳିଆ ଓ ଖଇରା ଜନସାଧାରଣଙ୍କ ନିକଟରେ ଛିଡା ହୋଇଛନ୍ତି। ଏବେ ବିଜେଡି ରାଜ୍ୟ ସମ୍ପାଦକ ଦାୟିତ୍ୱରେ ଥିବା ସାହୁ କରୋନା ଭଳି ମହାମାରୀ ସମୟରେ ପ୍ରବାସୀ ଓଡିଆଙ୍କ ପ୍ରତି ସହଯୋଗର ହାତ ବଢାଇ ପୁଣିଥରେ ମାନବିକତାର ପରିଚୟ ଦେଇଛନ୍ତି ା ସୁରଟ, ବାଙ୍ଗାଲୋର, ବମ୍ବେ, ଦିଲ୍ଲୀ ଓ ହାଇଦ୍ରାବାଦରେ ରହୁଥିବା ସିମୁଳିଆ, ଖଇରା ତଥା ଔପଦା ଅଞ୍ଚଳର ଶ୍ରମିକଙ୍କ ପାଇଁ ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। ୫ ପର୍ଯ୍ୟାୟରେ ଶ୍ରମିକଙ୍କ ବ୍ୟାଙ୍କ ଆକାଉଣ୍ଟ ଜରିଆରେ ୨ହଜାରରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ନିକଟକୁ ଅନ୍ୟୁନ ୬ଲକ୍ଷ ଟଙ୍କା ପ୍ରଦାନ କରିସାରିଲେଣି ା ଆଗକୁ ଲକ୍‌ଡାଉନ ସରିବା ପର୍ଯ୍ୟନ୍ତ ଏହି ସାହାଯ୍ୟ ସହଯୋଗ ଅବ୍ୟାହତ ରଖିବେ ବୋଲି ସାହୁ ପ୍ରକାଶ କରିଛନ୍ତି। ଏଥିସହ ଭୁବନେଶ୍ୱରରେ କର୍ମସଂସ୍ଥାନରୁ ବଞ୍ଚିତ ଥିବା ଯୁବଗୋଷ୍ଠୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରିସାରିଛନ୍ତି ା ନିଜର ପିଲାମାନଙ୍କୁ ଏଭଳି ସହାୟତା ଯୋଗାଇ ଦେଇଥିବାରୁ ଖଇରା ବ୍ଲକର ସାରଡାଙ୍ଗ, ନହଙ୍ଗ, ବଡଜୟୀପୁର, ଅନ୍ତରା, ଗୋବିନ୍ଦପୁର, ଶ୍ୟାମସୁନ୍ଦରପୁର ଓ ସାରକୋଣା ଆଦି ଅଞ୍ଚଳର ଅଭିଭାବକମାନେ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri