ଖପ୍ରାଖୋଲ, ୧୦ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଏବେ ପ୍ରବାସୀଙ୍କ ଫେରିବା ଲାଗି ରହିଛି। ବ୍ଲକରୁ ୧୪ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରିବା ଆଶା କରାଯାଉଥିବାବେଳେ ଏଯାଏ ପ୍ରାୟ ୯ହଜାର ପଞ୍ଜୀକରଣ କରିଥିବା ଜଣାପଡିଛି। ହେଲେ ପ୍ରବାସୀମାନେ ଫେରିଲା ପରେ ସେମାନଙ୍କ ସଙ୍ଗରୋଧକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ଦେଖାଦେଇଛି। ବାହାର ରାଜ୍ୟରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ନିଜ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ। ହେଲେ ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଗଞ୍ଜାମ, କଟକ, ପୁରୀ, ରାୟଗଡା ପ୍ରଭୃତି ଜିଲାରୁ ବହୁ ସଂଖ୍ୟାରେ ଶ୍ରମିକ ବିଭିନ୍ନ ଗାଡିରେ ଫେରୁଛନ୍ତି। ପ୍ରଶାସନ ତରଫରୁ ଗାଡି ଯୋଗେ ଛକମାନଙ୍କରୁ ନିଜ ଘରକୁ ସେମାନଙ୍କୁ ଛଡାଯାଉଛି। ହେଲେ ରାଜ୍ୟ ଭିତରୁ ଫେରୁଥିବା ପ୍ରବାସୀଙ୍କୁ ଘରେ ସଙ୍ଗରୋଧରେ ରହିବା ପାଇଁ ପ୍ରଶାସନ କହୁଥିବାରୁ ଲୋକେ ଦ୍ୱନ୍ଦ୍ୱରେ ରହିଛନ୍ତି। ପଞ୍ଚାୟତମାନଙ୍କରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରମାନ ଖୋଲା ଯାଇଥିବାବେଳେ ସେଠାରେ କାହିଁକି ରଖା ଯାଉ ନାହିଁ ବୋଲି ଅନେକ ପ୍ରଶ୍ନ କରୁଛନ୍ତି। ଏପରିକି ଗାଁରେ ସଂକ୍ରମଣ ଭୟରେ ସ୍ଥାନବିଶେଷରେ ପ୍ରବାସୀଙ୍କୁ ବିରୋଧ କରାଯାଉଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ପ୍ରଶାସନ ନାକେଦମ୍ ହେଲାଣି। ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କୁଲିହାମୁଣ୍ଡା ଗାଁରେ ପ୍ରବାସୀଙ୍କ ଘରେ ସଙ୍ଗରୋଧକୁ ନେଇ ସରପଞ୍ଚ ଏବଂ ଗ୍ରାମବାସୀ ମୁହାଁମୁହିଁ ହୋଇଥିଲେ। ପରେ ଏହାର ସମାଧାନ ହୋଇଥିଲା। ସେହିପରି ସାନଉଡେନ, ଅନକାମରା, ଛିନ୍ଦବାହାଲି ପ୍ରଭୃତି ଗାଁରେ ମଧ୍ୟ ପ୍ରବାସୀଙ୍କୁ ସ୍କୁଲ ଘରେ ରହିବାକୁ କୁହାଯାଉଥିବା ଜଣାଯାଇଛି। ଏ ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତରଣୀ ସୁନାଙ୍କୁ ପଚାରିବାରୁ ରାଜ୍ୟ ଭିତରର ପ୍ରବାସୀ ଶ୍ରମିକଙ୍କୁ ଘରେ ସଙ୍ଗରୋଧରେ ରହିବା ପାଇଁ ସରକାର ନିର୍ଦ୍ଦେଶ ଦେଇଥିବାବେଳେ ରାଜ୍ୟ ବାହାରୁ ଆସୁଥିବା ଶ୍ରମିକଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରଖିବା ବ୍ୟବସ୍ଥା କରାଯାଉଛି। କେତେକ ସ୍ଥାନରେ ଲୋକେ ସମସ୍ତଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରଖିବା ପାଇଁ ଦାବି କରଛନ୍ତି। ପ୍ରଶାସନ ତରଫରୁ ସେମାନଙ୍କୁ ବୁଝାସୁଝା ଚାଲିଛି ବୋଲି ସେ କହିଛନ୍ତି।
ପ୍ରବାସୀ ଫେରନ୍ତା ସଙ୍ଗରୋଧକୁ ନେଇ ଦ୍ୱନ୍ଦ୍ୱ, ଲୋକଙ୍କୁ ବୁଝାଇବାରେ ପ୍ରଶାସନ ନାକେଦମ୍
Posted inଆମ ଜିଲା ଖବର, ବଲାଙ୍ଗୀର View All
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...
ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...
ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…
ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...
ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ
କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...
ପ୍ରଶାସନର ଦାଦନ ମୁକ୍ତ ନେଇ…
ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...
Archives


