ପ୍ରବାସୀ ବାଲେଶ୍ୱରବାସୀଙ୍କୁ ସହାୟତା

ବାଲେଶ୍ୱର ଅଫିସ, ୬।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। ସମସ୍ତ ପ୍ରକାର ବାଣିଜି୍ୟକ କାରବାର ସହ ଗମନାଗମନ ବ୍ୟବସ୍ଥା ଠପ୍‌ ହୋଇଯିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ହଜାର ହଜାର କର୍ମଚାରୀ ଓ ଶ୍ରମିକ କାମଧନ୍ଦା ହରାଇ ବେକାର ହୋଇଛନ୍ତି। ଏପରି ସ୍ଥିତିରେ ସେମାନେ ନିଜ ଗଁାକୁ ଫେରିଆସିବାକୁ ଚାହିଁଲେ ମଧ୍ୟ ଆସି ପାରୁନାହାନ୍ତି। ଦେଶର ବିଭିନ୍ନ ଭାଗରେ ଏହିପରି ଓଡ଼ିଶାର ପ୍ରାୟ ୨ଲକ୍ଷ ଲୋକ ଅଟକି ରହିଥିବା ବେଳେ ବାଲେଶ୍ୱର ଜିଲାର ଅନେକ ଲୋକ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ଖବର ପାଇବା ପରେ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ, ସତ୍ୟଶିବ ଦାସ, ସୁଦର୍ଶନ ଦାସ, ବିଜନ ନାୟକ, ମାନସ ଦାସ ପଟ୍ଟନାୟକ ପ୍ରମୁଖ ତୁରନ୍ତ ସହାୟତାର ହାତ ବଢ଼ାଇଛନ୍ତି। ନିଜସ୍ବ ପ୍ରଚେଷ୍ଟାରେ ସେମାନେ ଏସବୁ ସ୍ଥାନରେ ଭୋକ ଉପାସରେ ଥିବା ବାଲେଶ୍ୱର ଅଞ୍ଚଳର ବିଭିନ୍ନ ଲୋକଙ୍କ ସମେତ ଓଡ଼ିଶା ଅନ୍ୟ ପ୍ରାନ୍ତର ଲୋକଙ୍କ ପାଇଁ ମଧ୍ୟ ଖାଦ୍ୟ, ପାନୀୟ ବନ୍ଦୋବସ୍ତ କରିଥିଲେ। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାଲେଶ୍ୱର ଜିଲାର ୧୧୦୦ରୁ ଅଧିକ ଲୋକଙ୍କ ନିକଟରେ ରାଶନ ସାମଗ୍ରୀ ପହଞ୍ଚିବା ସହ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପ୍ରତି ଯଥେଷ୍ଟ ଯତ୍ନ ନିଆଯାଉଛି। ଯେତେଦିନ ପର୍ଯ୍ୟନ୍ତ ତାଲାବନ୍ଦ ରହିଥିବ ଏବଂ ଜୀବନଯାତ୍ରା ସ୍ବାଭାବିକ ହୋଇ ନ ଥିବ, ସେତେଦିନ ପର୍ଯ୍ୟନ୍ତ ଏହି ବିପନ୍ନମାନଙ୍କୁ ଖାଦ୍ୟ ପାନୀୟ ଯୋଗାଇ ଦିଆଯିବା ସହ ସେମାନଙ୍କ ନିରାପଦ ରହଣିର ବ୍ୟବସ୍ଥା କରାଯିବ ବୋଲି ବାଲେଶ୍ୱର ଜିଲାର କଂଗ୍ରେସ ନେତାମାନଙ୍କ ପକ୍ଷରୁ ଆଶ୍ୱାସନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ

ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri