ପ୍ରବାସୀ ଶ୍ରମିକଙ୍କୁ ଫେରାଇଆଣିବା ନିଷ୍ପତ୍ତି ଭୁଲ୍‌: ନିରଞ୍ଜନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଓଡ଼ିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। କିନ୍ତୁ ଏହି ନିଷ୍ପତ୍ତି ଭୁଲ୍‌ ହେବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଲକ୍‌ଡାଉନ ଖୋଲିବା ପରେ ବସ୍‌ କିମ୍ବା ଟ୍ରେନ୍‌ରେ ସେମାନଙ୍କୁ ଆଣିବା ଦ୍ୱାରା ସଂକ୍ରମଣ ହେବ ନାହିଁ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ ଆହୁରି କହିଛନ୍ତି, ଏହା କରା ନ ଯାଇ ବାହାରେ ଥିବା ଶ୍ରମିକଙ୍କୁ ସେଠାରେ ଭଲରେ ରଖି ଖାଦ୍ୟ ବ୍ୟବସ୍ଥା ସହିତ ୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ନିରଞ୍ଜନ ପ୍ରସ୍ତାବ ଦେଇଛନ୍ତି। ଓଡ଼ିଶା ଫେରିଲେ ସେମାନେ କ’ଣ କରିବେ, ଏଠାରେ ଚାକିରି ନାହିଁ। ଆଗକୁ ଅବସ୍ଥା ଆହୁରି ସାଂଘାତିକ ହେବା ସମ୍ଭାବନା ରହିଛି। କରୋନା ସଂକ୍ରମଣ ରୋକିବା ଦିଗରେ ପୋଲିସ, ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ଭୂମିକା ପ୍ରଶଂସନୀୟ। ସରକାର ସ୍ବାସ୍ଥ୍ୟକର୍ମୀଙ୍କ ଭଳି ପୋଲିସଙ୍କ ପାଇଁ ଆର୍ଥିକ ବ୍ୟବସ୍ଥା କରିବାର ଆବଶ୍ୟକତା ଥିଲା। ଗ୍ରାମାଞ୍ଚଳରେ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ଦେଇଛନ୍ତି, ହେଲେ ଏହିସବୁ ଅଞ୍ଚଳରେ ଗରିବ ଏବଂ ମଧ୍ୟବିତ୍ତଙ୍କ ଅବସ୍ଥା ଅତ୍ୟନ୍ତ ଖରାପ। ଗତ ୨୦ବର୍ଷ ହେଲା ରାଶନ କାର୍ଡ ନ ପାଇ ଅସୁବିଧାର ସମ୍ମୁଖୀନ ହେଉଥିବା ଲୋକମାନେ ଅଧିକ ଅସୁବିଧା ଘେରକୁ ଚାଲିଗଲେଣି ବୋଲି ପିସିସି ସଭାପତି କହିଛନ୍ତି। ଗୁରୁବାର ନିରଞ୍ଜନ ଇଲେକ୍ଟ୍ରୋନିକ ଗଣମାଧ୍ୟମର ଖବରଦାତା ଅର୍ଣ୍ଣବ ଗୋସ୍ବାମୀଙ୍କ ବିରୋଧରେ ଏକ ଦାବିପତ୍ର ପୋଲିସ କମିଶନରଙ୍କୁ ପ୍ରଦାନ କରିଛନ୍ତି। ମହାରାଷ୍ଟ୍ରରେ ହୋଇଥିବା ଗୋଷ୍ଠୀ ହିଂସା ବିଷୟରେ ଗତ ୨୧ତାରିଖରେ ଏକ ଟିଭି ଚ୍ୟାନେଲରେ ଅର୍ଣ୍ଣବ ଉପସ୍ଥାପକ ଥିଲେ। ସେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ରଖିଥିବା ନେଇ ନିରଞ୍ଜନ ଅଭିଯୋଗ କରିବା ସହିତ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri