Posted inଜାତୀୟ

ପ୍ରବାସୀ ଶ୍ରମିକଙ୍କ ଉପରେ ଓଲଟିଲା ଟ୍ରକ୍‌; ୫ ମୃତ

ନରସିଂପୁର,୧୦।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନ ସମୟରେ ଘରମୁହାଁ ହୋଇଥିବା ପ୍ରବାସୀ ଶ୍ରମିକଙ୍କ ଦୁଃଖ ଯେମିତି ସରୁ ନାହିଁ। ଲକ୍‌ଡାଉନ ସମୟରେ ଘରମୁହାଁ ହୋଇଥିବା ଶ୍ରମିକଙ୍କ ରାସ୍ତା ଦୁର୍ଘଟଣାରେ ଜୀବନ ଯିବା ଘଟଣା ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ଶନିବାର ମଧ୍ୟପ୍ରଦେଶର ନରସିଂପୁରଠାରେ ଟ୍ରକ୍‌ ଓଲଟି ୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏମାନେ ହାଇଦ୍ରାବାଦରୁ ମଧ୍ୟପ୍ରଦେଶ ଅଭିମୁଖେ ଯାତ୍ରା କରୁଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ଅନ୍ୟ ୧୫ ଜଣ ଆହତ ମଧ୍ୟ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ରହିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ୨ ଦିନ ପୂର୍ବରୁ ଚାଲିଚାଲି ଘରମୁହାଁ ହୋଇଥିବା ୧୬ଜଣ ଶ୍ରମିକ ହାଲିଆ ହୋଇ ଟେନ୍‌ ଟ୍ରାକ୍‌ ଉପରେ ଶୋଇପଡିଥିବା ବେଳେ ଏକ ମାଲବାହୀ ଟ୍ରେନ୍‌ ସେମାନଙ୍କ ଉପରେ ମାଡିଯିବାରୁ ୧୬ ଜଣଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri