ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା ପାଇଁ ଭାଜପାଠାରୁ କଂଗ୍ରେସ ଅଧିକ ଦାୟୀ: ମାୟାବତୀ

ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନେ ଭିଟାମାଟିକୁ ଫେରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରବାସୀଙ୍କ ଅବସ୍ଥା ନେଇ ବିଏସ୍‌ପି ରାଷ୍ଟ୍ରୀୟ ଅଧ୍ୟକ୍ଷା ମାୟାବତୀ ଭାଜପା ଏବଂ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଗତ ୩ ଦିନ ହେଲା ସେ ଲଗାତାର ଭାଜପା ଏବଂ କଂଗ୍ରେସକୁ ସମାଲୋଚନା ଜାରି ରଖିଛନ୍ତି। ରବିବାର ଆୟୋଜିତ ଏକ ଗଣମାଧ୍ୟମ ପ୍ରତିନିଧି ସମ୍ମିଳନୀରେ ମାୟାବତୀ କହିଛନ୍ତି ଯେ, ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା ପାଇଁ ଭାଜପାଠାରୁ କଂଗ୍ରେସ ଅଧିକ ଦାୟୀ। ପ୍ରବାସୀଙ୍କୁ ନେଇ ଉତ୍ତରପ୍ରଦେଶରେ ରାଜନୀତି ହେଉଥିବା ସେ କହିଛନ୍ତି। ଭାଜପା ଶ୍ରମିକଙ୍କ ସମସ୍ୟାକୁ ବୁଝିବାର ପ୍ରୟାସ କରି ନାହିଁ। ସେହିପରି କଂଗ୍ରେସ ଦେଶ ସ୍ବାଧୀନ ହେବା ପରେ ଦୀର୍ଘ ସମୟ ଧରି କ୍ଷମତାରେ ଥିଲେ ମଧ୍ୟ ଶ୍ରମିକ, କୃଷକ ଏବଂ ଦିନ ମଜୁରିଆଙ୍କ ଆର୍ଥିକ ଅବସ୍ଥା ସୁଧାରିବା କ୍ଷେତ୍ରରେ ଯୋଜନାବଦ୍ଧ ଭାବେ ଉଦ୍ୟମ କରି ନ ଥିବା ସେ ଅଭିଯୋଗ କରିଛନ୍ତି। ତେଣୁ ଗ୍ରାମାଞ୍ଚଳରେ ବାସ କରୁଥିବା ବହୁ ଲୋକ କାମଧନ୍ଧା ପାଇଁ ସହର ମୁହାଁ ହୋଇଛନ୍ତି। ଏହା ସରକାରୀ କଳର ଅପାରଗତାକୁ ସୂଚାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?