ପ୍ରବାସୀ ଶ୍ରମିକଙ୍କ ପଞ୍ଜୀକରଣ,ସ୍ବାସ୍ଥ୍ୟପରୀକ୍ଷା ଉପରେ ଗୁରୁତ୍ୱ

ମାଲକାନଗିରି,୧୦ା୫(ଡି.ଏନ୍‌.ଏ.)-ରାଜ୍ୟ ସରକାର ପ୍ରବାସୀ ଶ୍ରମିଙ୍କୁ ନିଜ ରାଜ୍ୟ ଓ ଜିଲାକୁ ଆଣିବା ପାଇଁ ଘୋଷଣା କଲା ପରେ ମାଲକାନଗିରି ଜିଲାକୁ ଆନ୍ଧ୍ର, ତେଲଙ୍ଗାନା, ମହାରଷ୍ଟ୍ର, କେରଳ, ତାମିଲନାଡୁ, ରାଜ୍ୟରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ଏହି ଶ୍ରମିକ ମାନେ ଯେପରି ନିଜ ଘରକୁ ଯିବା ପୂର୍ବରୁ ନାମ ପଞ୍ଜୀକରଣ, ଜିଲାରେ ପ୍ରବେଶ ପରେ ସେମାନଙ୍କ ସ୍ବାସ୍ଥ୍ୟପରୀକ୍ଷା କରାଯାଇ ନିଜ ନିଜ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରକୁ ପଠା ଯାଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୨୨ଟି ସରକାରୀ ଏବଂ ବେସରକାରୀ ବସ୍‌ ନିୟୋଜିତ ହୋଇଛି। ଜିଲାର ପଡ଼ୋଶୀ ରାଜ୍ୟର ପ୍ରବେଶ ପଥଗୁଡିକୁ ସିଲ୍‌ କରାଯିବା ସହ ସେସବୁ ଅଞ୍ଚଳରୁ ଆସୁଥିବା ଗାଡ଼ିମୋଟରକୁ ଯାଞ୍ଚ କରାଯାଉଛି। ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର, ତେଲଙ୍ଗାନା,ଛତିଶଗଡ଼ ଦେଇ ଶ୍ରମିକମାନେ ମୋଟୁଠାରେ ପହଞ୍ଚତ୍ବା ପରେ ସେଠାରେ ସେମାନଙ୍କ ନାମ ପଞ୍ଜୀକରଣ,ସ୍ବାସ୍ଥ୍ୟ ପରୀକ୍ଷା, ଖାଦ୍ୟ ପେୟ ବ୍ୟବସ୍ଥା ଜିଲା ପ୍ରଶାସନ ପକ୍ଷରୁ କରାଯାଇଛି। ସେମାନଙ୍କୁ ନିଜ ଅଞ୍ଚଳର ସଙ୍ଗରୋଧ ଗୃହକୁ ମୋଟୁଠାରୁ ସ୍ବତନ୍ତ୍ର ବସ୍‌ ଯୋଗେ ପଠାଯାଉଛି। ଅନେକ ସଙ୍ଗରୋଧ ଗୃହରେ ଶ୍ରମିକମାନେ ବିଶୃଙ୍ଖଳା ସୃଷ୍ଟି କରିବା ସହ ଲୁଚି ଘରକୁ ପଳାଇବାକୁ ଉଦ୍ୟମ କରୁଛନ୍ତି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ସେମାନେ ଏଠାରେ ୧୪ ଦିନ ରହିବା ପରେ କୌଣସି ରୋଗ ଲକ୍ଷଣ ଦେଖା ନ ଗଲେ ନିଜ ଘରକୁ ଯିବ ବୋଲି ବୁଝାଉଛନ୍ତି। ମାଲକାନଗିରି ଜିଲାରେ ୧୧୮ଟି ସଙ୍ଗରୋଧ କେନ୍ଦ୍ରରେ ଦିନକୁ ଦିନ ଶ୍ରମିକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବତ୍ତର୍ର୍ମାନ ସୁଦ୍ଧା ଜିଲାକୁ ୫ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଆସିଥିବା ବେଳେ ଆଗାମୀ ଦୁଇ ସପ୍ତାହ ମଧ୍ୟରେ ଏହା ୧୫ ହଜାରକୁ ବୃଦ୍ଧି ପାଇବା ସମ୍ଭାବନା ରହିଥିବା ପ୍ରଶାସନ ଆକଳନ କରିଛି। ଅନ୍ୟପକ୍ଷରେ ଅନେକ ଶ୍ରମିକ ପଞ୍ଜୀକରଣ ନ କରି ଗଳିବାଟ ଦେଇ ଜିଲାରେ ପ୍ରବେଶ କରଥିବା ନଜରକୁ ଆସିଛି। ଏମାନଙ୍କୁ ଠାବକରି ସଙ୍ଗରୋଧ ଗୃହରେ ନ ରଖିଲେ ଆଗାମୀ ଦିନରେ ପରିସ୍ଥିତି ଜଟିଳ ହୋଇପାରେ। ମାଲକାନଗିରି ଜିଲାର ଗ୍ରେଡ୍‌ ଗ୍ରୀନ୍‌ ଜୋନ ପରିବର୍ତ୍ତିତ ହୋଇପାରେ। ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା ଜିଲାରେ ୧୨ଶହରୁ ଊର୍ଦ୍ଧ୍ୱ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ଆସିଥିବା ୮୬୩ ରିପୋର୍ଟ ନେଗେଟିଭ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri