ପ୍ରବାସୀ ଶ୍ରମିକଙ୍କ ପାଇଁ ଯୋଗୀ ସରକାରଙ୍କ ବଡ଼ ଘୋଷଣା

ଲକ୍ଷ୍ନୌ,୨୭।୪: ଲକ୍‌ଡାଉନ ସମୟରେ ଉତ୍ତରପ୍ରଦେଶରେ ଫସିଥିବା ଅନ୍ୟ ରାଜ୍ୟର ଶ୍ରମିକଙ୍କ ପାଇଁ ଯୋଗୀ ସରକାର ସୋମବାର ବଡ଼ ଘୋଷଣା କରିଛନ୍ତି। ପ୍ରବାସୀ ଶ୍ରମିକଙ୍କୁ ଏକ ହଜାର ଟଙ୍କା ଓ ୧୫ ଦିନର ମାଗଣା ରାସନ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ତେବେ ପ୍ରାୟ ୧୦ଲକ୍ଷ ପ୍ରବାସୀ ଶ୍ରମିକ ଏହାର ଲାଭ ଉଠାଇପାରିବେ। ଏଥିପାଇଁ ପ୍ରଥମେ ଆଶ୍ରୟ ସ୍ଥଳରେ ସେମାନଙ୍କୁ ପଞ୍ଜୀକରଣ କରିବା ପାଇଁ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଉକ୍ତ ଶ୍ରମିକଙ୍କ ଖାତାକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର କରାଯାଇପାରିବ। ସୂଚନାଯୋଗ୍ୟ ପୂର୍ବରୁ ଉତ୍ତରପ୍ରଦେଶର ପ୍ରତି ଜିଲାରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କୁ ଯୋଗୀ ରହିବାର ବ୍ୟବସ୍ଥା କରାଇଥିବା ଜଣାପଡ଼ିଛି। ଅପରପକ୍ଷେ ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକଙ୍କୁ ଖୁବ୍‌ଶୀଘ୍ର ଘରକୁ ଆଣିବାର ବ୍ୟବସ୍ଥା କରୁଛନ୍ତି ଯୋଗୀ ସରକାର। ରାଜ୍ୟକୁ ଫେରିବା ପରେ ସେମାନଙ୍କୁ ଯାଞ୍ଚ କରାଯାଇ କ୍ୱାରାଣ୍ଟାଇନ୍‌ରେ ରଖାଯିବାର ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଅତିରିକ୍ତ ସଚିବ ରାଜସ୍ବ ରେଣୁକା ଶାସନାଙ୍କୁ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲାପାଳଙ୍କୁ ଆଶ୍ରୟସ୍ଥଳରେ ସମସ୍ତ ପ୍ରକାରର ବ୍ୟବସ୍ଥା ସହ ଖାଦ୍ୟପେୟ ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri