ପ୍ରବାସୀ ଶ୍ରମିକଙ୍କ ପାଇଁ ଯୋଗୀ ସରକାରଙ୍କ ବଡ଼ ଘୋଷଣା

ଲକ୍ଷ୍ନୌ,୨୭।୪: ଲକ୍‌ଡାଉନ ସମୟରେ ଉତ୍ତରପ୍ରଦେଶରେ ଫସିଥିବା ଅନ୍ୟ ରାଜ୍ୟର ଶ୍ରମିକଙ୍କ ପାଇଁ ଯୋଗୀ ସରକାର ସୋମବାର ବଡ଼ ଘୋଷଣା କରିଛନ୍ତି। ପ୍ରବାସୀ ଶ୍ରମିକଙ୍କୁ ଏକ ହଜାର ଟଙ୍କା ଓ ୧୫ ଦିନର ମାଗଣା ରାସନ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ତେବେ ପ୍ରାୟ ୧୦ଲକ୍ଷ ପ୍ରବାସୀ ଶ୍ରମିକ ଏହାର ଲାଭ ଉଠାଇପାରିବେ। ଏଥିପାଇଁ ପ୍ରଥମେ ଆଶ୍ରୟ ସ୍ଥଳରେ ସେମାନଙ୍କୁ ପଞ୍ଜୀକରଣ କରିବା ପାଇଁ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଉକ୍ତ ଶ୍ରମିକଙ୍କ ଖାତାକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର କରାଯାଇପାରିବ। ସୂଚନାଯୋଗ୍ୟ ପୂର୍ବରୁ ଉତ୍ତରପ୍ରଦେଶର ପ୍ରତି ଜିଲାରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କୁ ଯୋଗୀ ରହିବାର ବ୍ୟବସ୍ଥା କରାଇଥିବା ଜଣାପଡ଼ିଛି। ଅପରପକ୍ଷେ ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକଙ୍କୁ ଖୁବ୍‌ଶୀଘ୍ର ଘରକୁ ଆଣିବାର ବ୍ୟବସ୍ଥା କରୁଛନ୍ତି ଯୋଗୀ ସରକାର। ରାଜ୍ୟକୁ ଫେରିବା ପରେ ସେମାନଙ୍କୁ ଯାଞ୍ଚ କରାଯାଇ କ୍ୱାରାଣ୍ଟାଇନ୍‌ରେ ରଖାଯିବାର ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଅତିରିକ୍ତ ସଚିବ ରାଜସ୍ବ ରେଣୁକା ଶାସନାଙ୍କୁ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲାପାଳଙ୍କୁ ଆଶ୍ରୟସ୍ଥଳରେ ସମସ୍ତ ପ୍ରକାରର ବ୍ୟବସ୍ଥା ସହ ଖାଦ୍ୟପେୟ ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri