ପ୍ରବୀଣ କୁମାର ଆଇଜି ପର୍ସୋନେଲ

ଭୁବନେଶ୍ୱର,୧୨ା୫(ବ୍ୟୁରୋ)-୨୦୦୨ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ. ପ୍ରବୀଣ କୁମାରଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଆଇଜି ପର୍ସୋନେଲ ଭାବେ ନିଯୁକ୍ତି ଦିଆଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ପ୍ରବୀଣ କୁମାର ନ୍ୟାଶନାଲ ଇନ୍‌ଭେଷ୍ଟିଗେଶନ ଏଜେନ୍ସି (ଏନ୍‌ଆଇଏ)ରେ କାର୍ଯ୍ୟରତ ଥିଲେ। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।