ପ୍ରଭାବିତ ହେଉଛି ଓଡ଼ିଶାର ଅଣ୍ଡା ଶିଳ୍ପ: ଆନ୍ଦୋଳନକୁ ଓହ୍ଲାଇବ ଏଓଏଲ୍‌ଏଫ୍‌ଏ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାର ଅଣ୍ଡା ବ୍ୟବସାୟ ଅତ୍ୟନ୍ତ ଦୁର୍ଦ୍ଦିନ ସ୍ଥିତିରେ ପହଞ୍ଚି ସାରିଥିବା ସୂଚନା ଦେଇଛି ଅଲ୍‌ ଓଡ଼ିଶା ଲେୟାର ଫାର୍ମରସ୍‌ ଆସୋସିଏଶନ। ବ୍ୟବସାୟରେ ହେଉଥିବା କ୍ଷତିକୁ ଭରଣା କରି ନ ପାରି ପ୍ରାୟ ୧୨ରୁ ଅଧିକ ଅଣ୍ଡା ଉତ୍ପାଦନକାରୀ ଫାର୍ମ ବନ୍ଦ ହୋଇ ସାରିଲାଣି। ଅନେକ ଫାର୍ମ ବନ୍ଦ ହେବା ପରିସ୍ଥିତିରେ ପହଞ୍ଚିଛି। ଆମ ରାଜ୍ୟରେ କୃଷିଭିତ୍ତିିକ ଅଣ୍ଡା ଉତ୍ପାଦନ ଶିଳ୍ପରେ ପ୍ରତ୍ୟକ୍ଷ ଭାବେ ୫୦ ହଜାର ଓ ପରୋକ୍ଷ ଭାବେ ୧ ଲକ୍ଷରୁ ଅଧିକ ଲୋକ ଉପକୃତ ହେଉଛନ୍ତି। କିନ୍ତୁ ଆଜକୁ ପ୍ରାୟ ଦେଢ଼ ବର୍ଷରୁ ଅଧିକ ହେଲାଣି କୁକୁଡା ଖାଦ୍ୟ ପ୍ରସ୍ତୁତି ହେଉଥିବା ବିଭିନ୍ନ ଉତ୍ପାଦ ମୂଲ୍ୟ ଅତ୍ୟଧିକ ବୃଦ୍ଧି ହେଉଥିବା ଯୋଗୁ ଅଣ୍ଡାର ଉତ୍ପାଦନ ଦର ମଧ୍ୟ ତଦନୁଯାୟୀ ବୃଦ୍ଧି ପାଇଛି। ଏହି ପରିସ୍ଥିତିର ଫାଇଦା ନେଇ କିଛି ଅଣ୍ଡା ବ୍ୟବସାୟୀ ବାହାର ରାଜ୍ୟରୁ ୧୦/୧୫ଦିନର ବାସି ଓ ନିମ୍ନମାନର ଅଣ୍ଡାକୁ କମ୍‌ଦରରେ ଆଣି ଆମ ରାଜ୍ୟର ଅଣ୍ଡା ବଜାରରେ ବିକ୍ରି କରୁଛନ୍ତି। ଏହା ସହିତ ଆମ ରାଜ୍ୟର ଅଣ୍ଡା ଉତ୍ପାଦନ କରୁଥିବା କୃଷକ ଭାଇମାନଙ୍କୁ ସ୍ବଳ୍ପ ମୂଲ୍ୟରେ ଅଣ୍ଡା ବିକ୍ରି ପାଇଁ ବାଧ୍ୟ କରୁଛନ୍ତି, ଯାହାକି ଓଡ଼ିଶାର ଚାଷୀ ଭାଇମାନଙ୍କ ଲାଗି ଏକ ଖରାପ ପରିସ୍ଥିତି ସୃଷ୍ଟି କରୁଛି ଏବଂ ପ୍ରତିଦିନ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିବାକୁ ଏମାନେ ବାଧ୍ୟ ହେଉଛନ୍ତି। ସରକାରଙ୍କ ପରିଚାଳିତ ବିଭିନ୍ନ କାର୍ଯ୍ୟକ୍ରମରେ ବାହାର ରାଜ୍ୟରୁ ଆମଦାନୀ ହେଉଥିବା ଅଣ୍ଡା ବନ୍ଦ ଦ୍ୱାରା ଶିଶୁ ଓ ଗର୍ଭବତୀ ମହିଳାମାନଙ୍କ ସ୍ବାସ୍ଥ୍ୟ ଉପରେ ପ୍ରତିକୂଳ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି। କିନ୍ତୁ କିଛି ବ୍ୟବସାୟୀ ଉପରୋକ୍ତ ଭୟଙ୍କର ସ୍ଥିତିକୁ ଖାତିର ନକରି ନିଜର ଲାଭ ପାଇଁ ନିମ୍ନମାନର ଅଣ୍ଡାକୁ ବିକ୍ରି କରି ଚାଲିଛନ୍ତି। ରାଜ୍ୟ ସରକାର ଅସାଧୁ ବ୍ୟବସାୟୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି। ନଚେତ ଆଗାମୀ ଦିନରେ ଅଲ୍‌ ଓଡ଼ିଶା ଲେୟାର ଫାର୍ମରସ୍‌ ଆସୋସିଏଶନ(ଏଓଏଲ୍‌ଏଫ୍‌ଏ) ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri