ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ
ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ କରିଦେଇଛନ୍ତି। ସେମାନେ ହେଲେ କଟକ ଜିଲାର ଅଶୋକ ଜେନା ଓ ହୃଷିକେଶ ଦେହୁରୀ।
ଘଟଣାରୁ ପ୍ରକାଶ ଯେ, କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରୁ ବିଭିନ୍ନ ସମୟରେ ବେନିୟମ ଭାବେ ବିପୁଳ ପରିମାଣର ଗଞ୍ଜେଇ ଭାୟା ଗଞ୍ଜାମ ଜିଲା ଦେଇ ଅନ୍ୟ ଅଞ୍ଚଳକୁ ଯାଉଛି। ପୋଲିସ ଓ ଅବକାରୀ ବିଭାଗ ଅନେକ ସମୟରେ ଅଭିଯୁକ୍ତମାନଙ୍କୁ ଗିରଫ ମଧ୍ୟ କରୁଛି। ତଥାପି ଗଞ୍ଜେଇ ଚାଲାଣ ଭଳି ବେନିୟମ କାର୍ଯ୍ୟ ଥମିବାର ନାମ ନେଉନାହିଁ। ଏହିଭଳି ଗତ ୨୦୨୩ ମସିହା ଡିସେମ୍ବର ୧୨ ତାରିଖରେ କନ୍ଧମାଳ ଜିଲ୍ଲା ଆଡୁ ଅଶୋକ ଜେନା ଓ ହୃଷିକେଶ ଦେହୁରୀ ଏକ ବୋଲର ଗାଡିରେ ପ୍ରାୟ ୨୩୦ କେଜି ଗଞ୍ଜେଇ ଧରି ଭଞ୍ଜନଗର ଉପଖଣ୍ଡ ବଡଗଡ ଥାନା ଅଞ୍ଚଳ ଅମୃତୁଲ ଦେଇ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ସେ ସମୟରେ ପୋଲିସ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ଏଥିସହ ୨୩୦ କେଜି ଗଞ୍ଜେଇ ସହ ବୋଲର ଗାଡ଼ିକୁ ମଧ୍ୟ ଜବତ୍‌ କରାଯାଇଥିଲା । ଘଟଣାପରଠୁ ଅଭିଯୁକ୍ତମାନେ ଭଞ୍ଜନଗର ଜେଲରେ ବନ୍ଦୀ ଜୀବନ ବିତାଉଥିଲେ। ଭଞ୍ଜନଗର ଅତିରିକ୍ତ ଜିଲା ଦୌରାଜର୍ଜ ଶେଖ ମହମଦ କୁଏସ ମାମଲାର ଶୁଣାଣି କରି ପ୍ରମାଣ ଅଭାବରୁ ଅଭିଯୁକ୍ତ ଦ୍ୱୟଙ୍କୁ ଖଲାସ କରିଦେଇଛନ୍ତି। ମୁଦଲାଙ୍କ ପକ୍ଷରୁ ପୂର୍ବରୁ ଆଇନଜୀବୀ ଜ୍ଞାନେନ୍ଦ୍ର ନାୟକ ଓ ରଜତ କୁମାର ଦାସ ମକଦ୍ଦମା ପରିଚାଳନା କରୁଥିଲେ। କିଛିଦିନ ପୂର୍ବେ ସେମାନେ ସରକାରୀ ଓକିଲ ନିଯୁକ୍ତି ହୋଇଯିବା ଯୋଗୁ ମୁଦଲାମାନଙ୍କ ପାଇଁ ବର୍ତ୍ତମାନ ରଞ୍ଜିତ କୁମାର ପଟ୍ଟନାୟକ ମକଦ୍ଦମା ପରିଚାଳନା କରୁଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri