Posted inଖେଳ

ପ୍ରମୋଦ, ପଞ୍ଚାନନଙ୍କୁ ଓସ୍‌ଜା କ୍ରୀଡ଼ା ପୁରସ୍କାର

ଭୁବନେଶ୍ବର, ୧୪ା୩(କ୍ରୀଡ଼ା ପ୍ରତିନିଧି)-
ତାରକା ପାରା ସ୍ପୋଟର୍‌ସ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଓ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରପ୍ରାପ୍ତ ଆଥଲେଟିକ୍‌ କୋଚ୍‌ ପଞ୍ଚାନନ ଗନ୍ତାୟତ ଓସ୍‌ଜା (ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ) କ୍ରୀଡ଼ା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ୨୧ ତାରିଖରେ ଆସୋସିଏଶନର ୫ମ ପ୍ରତିଷ୍ଠା ଦିବସ ଅବସରରେ କଟକର ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ମିଳନୀ କକ୍ଷରେ ଏକ ସ୍ବତନ୍ତ୍ର ଉତ୍ସବରେ ଉଭୟ କ୍ରୀଡ଼ାବିତ୍‌ଙ୍କୁ ପୁରସ୍କୃତ କରାଯିବ। ପ୍ରମୋଦଙ୍କୁ ୨୦୧୯ କ୍ୟାଲେଣ୍ଡର ବର୍ଷ ପାଇଁ ଶ୍ରେଷ୍ଠ ଖେଳାଳି ଓ ପଞ୍ଚାନନଙ୍କୁ କ୍ରୀଡ଼ାକ୍ଷେତ୍ରରେ ଜୀବନବ୍ୟାପୀ ସାଧନା ଲାଗି ‘ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ’ ପୁରସ୍କାର ପ୍ରଦାନ କରାଯିବ। ସ୍ପୋଟର୍‌ସ ଜର୍ନାଲିଷ୍ଟ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଜେଏଫ୍‌ଆଇ)ର ଏକମାତ୍ର ଅନୁବନ୍ଧିତ ଓଡ଼ିଶା ସଂଘ ‘ଓସ୍‌ଜା’ ପକ୍ଷରୁ ୨୦୧୮ ମସିହାରୁ ଏହି ପୁରସ୍କାର ପ୍ରଦାନ କରାଯାଉଛି। ଉଭୟଙ୍କୁ ମାନପତ୍ର ସହ ୨୫,୦୦୦ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ। ଚଳିତ ବର୍ଷ ଆସୋସିଏଶନ ପକ୍ଷରୁ ବିଶିଷ୍ଟ ଗଣମାଧ୍ୟମ ବ୍ୟକ୍ତିତ୍ୱ ହୃଦୟନାଥ ଦାସ ଓ ଶ୍ୟାମାକାନ୍ତ ପଟ୍ଟନାୟକଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ। ରାଜ୍ୟର କିମ୍ବଦନ୍ତୀ ବାସ୍କେଟବଲର୍‌ ଅରୂପାନନ୍ଦ ରାଉତରାୟ ମୁଖ୍ୟଅତିଥି, ପୂର୍ବତନ ଅନ୍ତର୍ଜାତୀୟ ଫୁଟବଲର୍‌ ରାଜେନ୍ଦ୍ର ପ୍ରସାଦ ସିଂହ ଓ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନର ସଂପାଦକ ସଞ୍ଜୟ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଓସ୍‌ଜା ପୁରସ୍କାରର ପ୍ରଥମ ବିଜେତା ଥିଲେ ହେପ୍ଟାଥଲନ ତାରକା ପୂର୍ଣ୍ଣିମା ହେମ୍ବ୍ରମ୍‌ ଓ ବର୍ଷିୟାନ ଫୁଟ୍‌ବଲ ଖେଳାଳି ଦେବ ସିଂହ। ସେହିଭଳି ଗତବର୍ଷ ହକି ତାରକା ଅମିତ୍‌ ରୋହିଦାସ ଓ ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତା ବକ୍ସିଂ ପ୍ରଶିକ୍ଷକ ବ୍ରଜ ଭୂଷଣ ମହାନ୍ତି ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଥିଲେ।
ଗତବର୍ଷ ଓଡ଼ିଶାର ଅଷ୍ଟମ ଖେଳାଳି ଭାବେ ଅର୍ଜୁନ ପୁରସ୍କାର ପାଇଥିବା ପ୍ରମୋଦ ଉଭୟ ଏକକ ଓ ଡବଲ୍ସ ବର୍ଗରେ ୪୫ରୁ ଅଧିକ ଅନ୍ତର୍ଜାତୀୟ ପଦକ ଜିତିସାରିଛନ୍ତି। କେବଳ ୨୦୧୯ରେ ସେ ୧୧ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୪ ବ୍ରୋଞ୍ଜ ପଦକ ଜିତିଥିଲେ। ବିଶ୍ବ ପାରା ବ୍ୟାଡ୍‌ମିଣ୍ଟନ ସ୍ବର୍ଣ୍ଣ ପଦକ ସହ ସେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ନମ୍ବର ଓ୍ବାନ୍‌ ସ୍ଥାନରେ ମଧ୍ୟ ରହିଛନ୍ତି। ଗତବର୍ଷ ପ୍ରମୋଦ ବିଡବ୍ଲ୍ୟୁଏଫ୍‌ ଶ୍ରେଷ୍ଠ ଖେଳାଳି ପୁରସ୍କାର ମନୋନୟନ ତାଲିକାରେ ସ୍ଥାନ ପାଇଥିଲେ। ଅନ୍ୟପକ୍ଷରେ ନିଜ ସମୟରେ ଜଣେ ବହୁମୁଖୀ କ୍ରୀଡ଼ା ତାରକା ଥିବା ପଞ୍ଚାନନ ଦ୍ବିତୀୟ ଓଡ଼ିଆ ଭାବେ ଜାତୀୟ ପ୍ରତିଯୋଗିତାର ୧୧୦ ବାଧାଦୌଡ଼ରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ପ୍ରଶିକ୍ଷକ ଭାବେ ସେ ମଧ୍ୟ ଅନୁରାଧା ବିଶ୍ବାଳ ଓ ରଚିତା ମିସ୍ତ୍ରିଙ୍କ ଭଳି ଅଲିମ୍ପିଆନ୍‌ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri