ପ୍ରଶଂସକଙ୍କୁ ବଡ଼ ଝଟ୍‌କା ଦେଲେ ଏହି ପ୍ରସିଦ୍ଧ ଅଭିନେତା

ନିକଟରେ ବଲିଉଡ ଅଭିନେତା ଅମିର ଖାନ ତାଙ୍କ ଜନ୍ମଦିନ ପାଳନ କରିଥିଲେ। ଜନ୍ମଦିନର ଗୋଟିଏ ଦିନ ପରେ ସେ ନିଜ ପ୍ରଶଂସକମାନଙ୍କୁ ଝଟ୍‌କା ଦେଇଛନ୍ତି। ଏକ ପୋଷ୍ଟରେ ଜନ୍ମଦିନର ଶୁଭେଚ୍ଛା ପାଇଁ ସେ ଲୋକମାନଙ୍କୁ ଧନ୍ୟବାଦ ଦେବା ସହ ଏହା ତାଙ୍କ ଶେଷ ବୋଲି କହିଛନ୍ତି। ଏହା ନିଶ୍ଚିତ ଭାବରେ ତାଙ୍କ ପ୍ରଶଂସକଙ୍କୁ ନିରାଶ କରିବ। ଅମିର ଇନଷ୍ଟାଗ୍ରାମରେ ଏହି ପୋଷ୍ଟ ଶେୟାର କରି କହିଛନ୍ତି ଯେ, ଏବେ ସେ ସୋସିଆଲ ମିଡିଆକୁ ବିଦାୟ ନେଉଛନ୍ତି। ଏହା ମଧ୍ୟ ତାଙ୍କର ଶେଷ ପୋଷ୍ଟ। ତାଙ୍କ ଚଳଚ୍ଚିତ୍ର ସହ ଜଡିତ ତାଜା ଖବର କେଉଁଠାରେ ଦେଖିବାକୁ ମିଳିବ ତା ମଧ୍ୟ ସେ ସ୍ପଷ୍ଟ କରିଛନ୍ତି।
ମାର୍ଚ୍ଚ ୧୪ରେ ଅମିର ତାଙ୍କ ୫୬ତମ ଜନ୍ମଦିନ ପାଳନ କରିଥିଲେ। ତାଙ୍କ ପ୍ରଶଂସକ ଏବଂ ବଲିଉଡ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ତାଙ୍କ ପାଇଁ ଅନେକ ପୋଷ୍ଟ କରିଥିଲେ। ଜନ୍ମଦିନର ଗୋଟିଏ ଦିନ ପରେ ଅମିର ଇନଷ୍ଟାଗ୍ରାମ ଏବଂ ଟ୍ବିଟରରେ ଏକ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି, ମୋ ଜନ୍ମଦିନରେ ଏତେ ଭଲ ପାଇବା ଦେଇଥିବାରୁ ଅନେକ ଧନ୍ୟବାଦ। ସୋସିଆଲ ମିଡିଆରେ ଏହା ମୋର ଶେଷ ପୋଷ୍ଟ। ନିଜକୁ ‘ଅତ୍ୟଧିକ’ ସକ୍ରିୟ ଥିବା ଦେଖି ମୁଁ ସ୍ଥିର କଲି ଯେ ମୁଁ ଦେଖାଇବା ବନ୍ଦ କରିବା ଉଚିତ୍‌। ଆମେ ପୂର୍ବପରି କଥାବାର୍ତ୍ତା ଜାରି ରଖିବା। ଏକେପି ଏହାର ଅଫିସିଆଲ ଚ୍ୟାନେଲ ମଧ୍ୟ ସୃଷ୍ଟି କରିଛି। ତେଣୁ ଭବିଷ୍ୟତରେ ବ୍ୟକ୍ତିଗତ ଏବଂ ମୋର ଚଳଚ୍ଚିତ୍ର ସମ୍ବନ୍ଧୀୟ ଅପଡେଟ ଗୁଡିକ ସେଠାରେ ଦେଖିବାକୁ ମିଳିବ। ଅମିର ଖାନଙ୍କ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’କୁ ଦର୍ଶକ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏଥିରେ ତାଙ୍କ ସହ କରୀନା କପୁର ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri