ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍‌ ବ୍ୟାଙ୍କର ଦାୟିତ୍ୱ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ ଗ୍ରାହକ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ମାତ୍ର ୫୦ ହଜାର ଟଙ୍କା ଉଠାଇ ପାରିବେ ବୋଲି କୁହାଯାଇଛି। ମୋରାଟୋରିୟମ ସମୟ ମଧ୍ୟରେ ଏହାଠାରୁ ଅଧିକ ଟଙ୍କା ଉଠାଇବା ସମ୍ଭବ ନୁହେଁ ବୋଲି ଜଣାପଡିଛି। ଏହାସହ କେନ୍ଦ୍ରୀୟ ବ୍ୟାଙ୍କ ୟସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳ ଅଧିକାରିଙ୍କ ଉପରେ ଗୋଟିଏ ମାସ ପାଇଁ କଟକଣା ଲଗାଇଛନ୍ତି। ଏହି ସମୟରେ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)ର ପୂର୍ବତନ ଡିଏମ୍‌ଡି ଓ ସିଏଫ୍‌ଓ ପ୍ରଶାନ୍ତ କୁମାରଙ୍କୁ ୟସ୍‌ ବ୍ୟାଙ୍କର ପ୍ରଶାସକ ଭାବେ ନିଯୁକ୍ତ କରାଯାଇଥିବା ସୂଚନା ମିଳିଛି। ଅନ୍ୟପଟେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ କହିଛନ୍ତି ୟେସ୍‌ ବ୍ୟାଙ୍କର ସମସ୍ତ ଗ୍ରାହକଙ୍କ ଅର୍ଥ ସୁରକ୍ଷିତ ରହିଛି। ଏହାକୁ ନେଇ କେହି ବିଚଳିତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି। ୟେସ୍‌ ବ୍ୟାଙ୍କର ସଙ୍କଟକୁ ରିଜର୍ଭ ବ୍ୟାଙ୍କ ଓ ସରକାର ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri