Posted inଜାତୀୟ

ପ୍ରଶାସନର ବାରଣ ସତ୍ତ୍ୱେ କଶ୍ମୀର ଗସ୍ତ କରିବେ ରାହୁଲଙ୍କ ସମେତ ୧୨ ନେତା

ନୂଆଦିଲ୍ଲୀ,୨୪।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀର ଗସ୍ତ କରୁଛନ୍ତି। ଶନିବାର ରାହୁଲଙ୍କ ସହ ଗୁଲାମ ନବି ଆଜାଦ, କେସି ଭେଣୁଗୋପାଳ, ଆନନ୍ଦ ଶର୍ମା, ସୀତାରାମ ୟେଚୁରୀ, ଡି ରାଜା, ତିରୁଚି ଶିବା, ଦିନେଶ ତ୍ରିବେଦୀ, ମଜିତ ମେମନ, ମନୋଜ ଝା ଓ ଉପେନ୍ଦ୍ର ରେଡ୍ଡୀ ସେଠାକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହ ଶରଦ ଯାଦବ ମଧ୍ୟ ଜମ୍ମୁ-କଶ୍ମୀର ଗସ୍ତ କରିପାରନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଥିଲେ କି ସରକାର ଯେଉଁ ଦାବି କରୁଛନ୍ତି ଜମ୍ମୁ-କଶ୍ମୀରରେ ଶାନ୍ତ ବାତାବରଣ ଅଛି ତାହା ଭୁଲ୍‌। ସେଠାରେ ସ୍ଥାନେ ସ୍ଥାନେ ଏବେବି ଅଶାନ୍ତ ବାତାବରଣ ଲାଗି ରହିଛି ବୋଲି ରାହୁଲ କହିଥିଲେ। ରାହୁଲଙ୍କ ଏହି ଟୁଇଟ୍‌ର ଉତ୍ତର ଦେଇ ସତ୍ୟପାଲ ମଲିକ କହିଥିଲେ, ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ରାହୁଲ ଥରେ ଏଠାକୁ ଆସନ୍ତୁ। ଆଉ ଏହାପରେ ଏବେ ରାହୁଲ ଜମ୍ମୁ-କଶ୍ମୀର ଗସ୍ତରେ ବାହାରିଛନ୍ତି। ହେଲେ ଏହା ପୂର୍ବରୁ କଂଗ୍ରେସ ନେତା ଗୁଲାମ ନବି ଆଜାଦ ଜମ୍ମୁ-କଶ୍ମୀର ଗସ୍ତରେ ବାହାରିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଦିଲ୍ଲୀ ବିମାନ ବନ୍ଦରରୁ ଫେରାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri