ପ୍ରଶାସନ ଖାମଖିଆଲରୁ ହାତୀନଦୀରେ କୃତ୍ରିମ ବନ୍ୟା: ରାଜରାସ୍ତାକୁ ଓହ୍ଲାଇବାକୁ ଚାଷୀଙ୍କ ଚେତାବନୀ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଚାଷୀଙ୍କ ପାଇଁ ଇନ୍ଦ୍ରାବତୀ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ଯେତେ ସୁଖ ଦେଇଛି, ତାଠୁ ଦେଉଛି ଅଧିକ ଦୁଃଖ ା ସୂଚନା ନ ଦେଇ ହାତୀନଦୀରେ ପାଣି ଛାଡି କୃତ୍ରିମ ବନ୍ୟା ସୃଷ୍ଟି କରି ଲୋକଙ୍କୁ ଆତଙ୍କିତ କରିଦେଇଛି ପ୍ରଶାସନ । ଗତ ୫ ତାରିଖ ଇନ୍ଦ୍ରାବତୀ ବିଦ୍ୟୁତ୍‌ ପ୍ରକଳ୍ପରୁ ୬୦୦ ମେଗାୱାଟ୍‌ ବିଦ୍ୟୁତ ଉପତ୍ାଦନ କରାଯାଇଥିଲା । ଏଥିସହ ୩୨୦.୬୫ କ୍ୟୁସେକ୍‌ ଜଳ ହାତୀନଦୀରେ ଛଡାଯାଇଥିଲା। ହଠାତ୍‌ ଏଭଳି ପଦକ୍ଷେପ ଯୋଗୁ କଲମପୁର ବ୍ଲକରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଫଳରେ ଚାଷୀଙ୍କ ସମେତ ବନ୍ୟା ପ୍ରପୀଡିତ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଦିନ ୨ ଟା ପରେ ୨୭୮.୪ କ୍ୟୁସେକ୍‌ ପାଣି ହାତୀନଦୀରେ ପ୍ରବାହିତ ହୋଇ ଚାଷ ଜମି ନଷ୍ଟ କରିଥିଲ॥ ଅନେକ ଚାଷୀଙ୍କ ବିଦ୍ୟୁତ୍‌ଚାଳିତ ପାଣି ପମ୍ପ, ଚାଷୋପକରଣ ଯନ୍ତ୍ରପାତି ବନ୍ୟା ପାଣିରେ ନଷ୍ଟ ହୋଇଯାଇଛିା ବିରିପୁର ମାଟିଖାଲ ରାସ୍ତାରେ ୩ ଫୁଟ ଉଚ୍ଚରେ ବନ୍ୟା ପାଣି ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଥିଲା। କଲମପୁର ତହସିଲଦାର ୨୦ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଥିଲେ । ରାସ୍ତା ଉପରେ ୨ ଫୁଟ ଉଚ୍ଚରେ ବନ୍ୟା ପାଣି ପ୍ରବାହିତ ଯୋଗୁ ନିର୍ମାଣାଧୀନ ରାସ୍ତାର ମାଟି ଚାଷ ଜମିକୁ ଧୋଇଯାଇଛିା ବର୍ଷା ପରିମାଣ କଲମପୁରରେ ୪୨ ଏବଂ ଥୁଆମୂଳ ରାମପୁରରେ ୯୨ ମିମି ହୋଇଛି। ଭବିଷ୍ୟତରେ ପ୍ରଶାସନର ଏଭଳି ଖାମଖିଆଲ ପଦକ୍ଷେପ ସୃଷ୍ଟିହେଲେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri