ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ୫ ଜଣଙ୍କୁ ଅଟକ ରଖିଲା ପୋଲିସ

କୁତ୍ରା,୨୬।୭(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କଣ୍ଡେଇମୁଣ୍ଡାଠାରେ ଥିବା ଶିବା ସିମେଣ୍ଟ କାରଖାନାକୁ ଜେଏସ୍‌ଡବ୍ଲ୍ୟୁ ଅଧିଗ୍ରହଣ କରିଛି। ସୋମବାର ପ୍ରଶାସନର ସାହାଯ୍ୟରେ କୁତ୍ରା ଥାନାରୁ କାରଖାନାକୁ ଯିବା ପାଇଁ ଥିବା ଦୀର୍ଘ ୧.୫ କିଲୋମିଟର ରାସ୍ତାକୁ କମ୍ପାନୀ ତରଫରୁ ସମ୍ପ୍ରସାରଣ କରୁଥିବା ବେଳେ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ତାଙ୍କୁ କମ୍ପାନୀ ତରଫରୁ କୌଣସି ସୂଚନା ଦିଆ ନ ଯାଇ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଏହି ରାସ୍ତା ସମ୍ପ୍ରସାରଣକୁ ଗ୍ରାମବାସୀ ବିରୋଧ କରିବା ଖବର ପାଇ ପୋଲିସ ପକ୍ଷରୁ ୫ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯାଇଛି। ପ୍ରଶାସନ ପକ୍ଷରୁ ସୁନ୍ଦରଗଡ ଉପଜିଲାପାଳ ଅଭିମନ୍ୟୁ ବେହେରା, କୁତ୍ରା ତହସିଲଦାର ରବୀନ୍ଦ୍ର କୁମାର ସେଠୀ, କୁତ୍ରା ଥାନା ଅଧିକାରୀ ସୁଶାନ୍ତ କୁମାର ପରିଡା ପ୍ରମୂଖ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ବିରୋଧ କରୁଥିବା ଗ୍ରାମବାସୀଙ୍କ ମଧ୍ୟରୁ ୫ ଜଣଙ୍କୁ ପୋଲିସ ପକ୍ଷରୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri