ପ୍ରଶାସନ ନିଷ୍ପତ୍ତିକୁ ଲୋକଙ୍କ ବିରୋଧ

ରତ୍ନଗିରି, ୧୭।୫ (ଡି.ଏନ୍‌.ଏ.)-ବରୀ ବ୍ଲକ ଅଧୀନ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ଆଉ ୧୪ ଦିନ ବଢ଼ାଇ ଦିଆଯାଇଛି। ଜିଲା ପ୍ରଶାସନର ଏହି ନିର୍ଦ୍ଦେଶକୁ ସ୍ଥାନୀୟ ସରପଞ୍ଚ ବିଶ୍ୱନାଥ ନାୟକଙ୍କ ସମେତ ଅଞ୍ଚଳବାସୀ ଦୃଢ଼ ବିରୋଧ କରିଛନ୍ତି। ରବିବାର ବାଇଁଶିରିଆ ଗ୍ରାମବାସୀ ଏ ନେଇ ସନ୍ଥନ ମହାବିଦ୍ୟାଳୟ ନିକଟରେ ବିରୋଧ କରିବା ସହ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆ ନ ଯିବା, ଆବଶ୍ୟକ ବେଳେ ଲୋକଙ୍କୁ ସ୍ବାସ୍ଥ୍ୟ ସେବା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ କରିଥିଲେ। ଏହାସହ ଏକ ନିର୍ଦ୍ଦିଷ୍ଟ ଦଳର କର୍ମୀଙ୍କୁ ପାସ୍‌ ମିଳିବା ନେଇ ସେମାନେ ଅଭିଯୋଗ ଆଣିଥିଲେ। ଅନ୍ୟପଟେ ଉକ୍ତ ଅଞ୍ଚଳର ୨ କରୋନା ପଜିଟିଭ୍‌ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସଙ୍ଗରୋଧରେ ରହୁଥିବା ପ୍ରବାସୀମାନେ ୧୪ ଦିନ ଶେଷ କରି ଘରକୁ ଆସିସାରିଛନ୍ତି। ତେଣୁ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯିବାର ଆବଶ୍ୟକତା ନ ଥିବା ବେଳେ ରାଜନୈତିକ ବ୍ୟକ୍ତିଙ୍କ ଚାପରେ ଏଠାରେ କଟକଣା ଲଗାଯାଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ ଆଣିଥିଲେ। ଏ ସମ୍ପର୍କରେ ବରୀ ତହସିଲଦାର ସରୋଜକାନ୍ତ ନାୟକଙ୍କୁ ପଚାରିବାରେ ଉକ୍ତ କଣ୍ଟେନମେଣ୍ଟ ଜୋନ୍‌ ଅଧୀନ ସନ୍ଥନମଠ ନିକଟ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ଶନିବାର ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଉକ୍ତ ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ବଢ଼ାଇ ଦିଆଯାଇଛି ବୋଲି କହିଛନ୍ତି।
ସୂଚନାେଯୋଗ୍ୟ, ଉକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ ୨ ତାରିଖରୁ ୩ ପଞ୍ଚାୟତକୁ ୧୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ୧୬ ତାରିଖ ରାତି ୮ଟାରେ ଅବଧି ଶେଷ ହେଉଥିବାରୁ ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ବ୍ଲକ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ କଟକଣା ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri