ବ୍ରହ୍ମପୁର ଅଫିସ, ୨୦ା୨ – ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍ଷ୍ଟାଣ୍ଡ ନିକଟରେ ଥିବା ଗୁରୁଦେବ ହସ୍ପିଟାଲରେ ସୋମବାର ରାତିରେ ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ଐଶ୍ୱର୍ଯ୍ୟା ସିଂଦେଓ। ଯାହାକୁ ନେଇ ହସ୍ପିଟାଲରେ ରୋଗୀ ସମ୍ପର୍କୀୟ ଓ ଡ଼ାକ୍ତରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏପରିକି ମହିଳାଙ୍କ ଅସ୍ତ୍ରୋପଚାର କରିଥିବା ଡ଼ା. ପ୍ରଭାତ ପାଣିଗ୍ରାହୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା। ଏହି ଘଟଣା ପରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ପ୍ରଶାସନର ମିଳିତ ଟିମ୍ ବୁଧବାର ରାତିରେ ଉକ୍ତ ହସ୍ପିଟାଲରେ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ସହକାରୀ ଜିଲାପାଳ ବିନୋଦ କୁମାର ବେହେରାଙ୍କ ନେତୃତ୍ୱରେ ୭ ଜଣିଆ ଟିମ୍ ଚଢ଼ାଉ କରିଥିଲା। ଗୁରୁଦେବ ହସ୍ପିଟାଲ କ୍ଲିିନିକାଲ ଏଷ୍ଟାବ୍ଲି୍ଳିସ୍ମେଣ୍ଟ ସମ୍ପର୍କିତ ସମସ୍ତ କାଗଜପତ୍ର ଯାଞ୍ଚ ହୋଇଥିଲା ବୋଲି ସହକାରୀ ଜିଲାପାଳ କହିଛନ୍ତି। ହସ୍ପିଟାଲ ଅଗ୍ନି ନିରାପତ୍ତା ବ୍ୟବସ୍ଥା ମଧ୍ୟ ଯାଞ୍ଚ କରାଯାଇଥିଲା। ଏହି ହସ୍ପିଟାଲରେ କେତେ ଜଣ ଡ଼ାକ୍ତର ଅଛନ୍ତି, ନର୍ସ ଓ କର୍ମଚାରୀ କାମ କରୁଛନ୍ତି ତା’ର ତାଲିକା ରହିଛି କି ନାହିଁ ସେ ନେଇ ମଧ୍ୟ ହସ୍ପିଟାଲ ମାଲିକ କଳ୍ପନା ବରାଳଙ୍କୁ ଟିମ୍ ପଚରାଉଚରା କରିଥିଲା। ସେ ସମ୍ପର୍କିତ ସମସ୍ତ କାଗଜପତ୍ର ମଗାଯାଇଥିଲା ବୋଲି ସେ କହିଛନ୍ତି। ସେହିପରି ହସ୍ପିଟାଲ ଚଳାଇବା ପାଇଁ ଯେଉଁ ସବୁ ନିୟମ୍ କାନୁନ୍ , କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ୍ସ ବ୍ୟବସ୍ଥା ଅଛି କି ନାହିଁ ସେ ନେଇ ମଧ୍ୟ ଯାଞ୍ଚ କରାଯାଇଥିଲା। ହସ୍ପିଟାଲ ପରିଚାଳନା ପାଇଁ ଯେଉଁ ଆବଶ୍ୟକ କାଗଜପତ୍ର ରହିଛି ତା’ର ଜେରକ୍ସ କପି ଏହି ଟିମ୍ ହସପିଟାଲ ମାଲିକଙ୍କଠାରୁ ସଂଗ୍ରହ କରିଛି। ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ପରେ ତାହା ଜିଲାପାଳଙ୍କ ନିକଟକୁ ପଠାଯିବ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ରାଜେନ୍ଦ୍ର କୁମାର ସାହୁ, ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ର, ଡ଼ିଏମ୍ଆରସିଏଚ ଶକ୍ତି କୁମାର ଦିଗାଲ, ଡ୍ରଗ୍ସ ଇନ୍ସପେକ୍ଟର ଦେବାଶିଷ କାଲୋ, ବ୍ରହ୍ମପୁର ଏସ୍ଡ଼ିପିଓ ବିଷ୍ଣୁପ୍ରସାଦ ପତି ଓ ବୈଦ୍ୟନାଥପୁର ଥାନା ଅଧିକାରୀ ଶାରଦା ପ୍ରସନ୍ନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
Archives


