ପ୍ରଶାସନ ଶୁଣିଲାନି, ଗ୍ରାମବାସୀ ସଫା କଲେ ନାଳ

ବନ୍ତ,୨୯।୭(ଡି.ଏନ୍‌.ଏ.): ପ୍ରଶାସନ ଉପରୁ ଭରସା ତୁଟାଇ ଶେଷରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଘରପଦା ଗ୍ରାମବାସୀଙ୍କ ସମେତ ଜାଗୁଳାଇ ୟୁଥ୍‌ କ୍ଲବର ସଭ୍ୟମାନେ ମିଳିତ ଭାବେ ପୋତି ହୋଇ ପଡ଼ିଥିବା ଏକ ନାଳକୁ ସଫା କରିଛନ୍ତି।
ଗତ ୩ ବର୍ଷ ଧରି ପଧାନପଡା ବାହାଳୀରୁ ବିଞ୍ଝା-ଦୋଳପଦୀ ବାହାଳୀ ପର୍ଯ୍ୟନ୍ତ ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜଳ ନିଷ୍କାସନ ନାଳଟି ପୋତି ହୋଇପଡ଼ିଥିବାରୁ ଉକ୍ତ ଅଞ୍ଚଳର ପ୍ରାୟ ୩ ଶହ ଏକର ଚାଷ ଜମି ଜଳମଗ୍ନ ହୋଇ ଫସଲ ହାନି ହୋଇଆସୁଛି। ଏନେଇ ବିଭିନ୍ନ ସମୟରେ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କଠାରେ ଅଭିଯୋଗ କରିଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଶେଷରେ ଗ୍ରାମବାସୀ, ୟୁଥ୍‌ କ୍ଲବର ସଦସ୍ୟମାନେ ଅକ୍ଳାନ୍ତ ପରିଶ୍ରମ କରି ପୋତି ହୋଇପଡ଼ିଥିବା ଏହି ନାଳର ପୁନରୁଦ୍ଧାର କରିଛନ୍ତି ା ଏହି ସଫେଇ କାର୍ଯ୍ୟ ୪ ଦିନ ଧରି ଚାଲିଥିବା ବେଳେ ପ୍ରାୟ ୫୦ରୁ ୬୦ ଜଣ ଲୋକ ନିୟୋଜିତ ହୋଇଥିଲେ। ଏଥିପାଇଁ ହୋଇଥିବା ଖର୍ଚ୍ଚ ଗ୍ରାମବାସୀ ବହନ କରିଥିଲେ। ଏହି ସଫେଇ କାର୍ଯ୍ୟ ଅସ୍ଥାୟୀ ଭାବେ କରାଯାଇଥିବା ବେଳେ ସ୍ଥାୟୀ ସମାଧାନ ନିମନ୍ତେ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ା ସେହିପରି ଉକ୍ତ ନାଳ ଉପରେ ଯାତାୟାତ କରିବା ପାଇଁ ପୋଲର ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି ା ଏ ସମ୍ପର୍କରେ ଭଦ୍ରକ ଡ୍ରେନେଜ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ଶଙ୍କର୍ଷଣ ମଣ୍ଡଳଙ୍କୁ ପଚାରିବାରୁ ବର୍ତ୍ତମାନ ନାଳରେ ପାଣି ଥିବାରୁ କାମ ଠିକ୍‌ ଭାବେ ହୋଇପାରିବ ନାହିଁ ା ଆସନ୍ତା ସିଜିନ୍‌ରେ କାର୍ଯ୍ୟ କରାଯିବ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri