ପ୍ରଶାସନ ଶୁଣିଲାନି: ପୋଲ ନିର୍ମାଣ କଲେ ଗ୍ରାମବାସୀ

ବାଲିଗୁଡା,୭ା୬.(ଡି.ଏନ.ଏ.)- ନାଳର ଆରପଟେ ରହିଛି ସ୍କୁଲ, ଅଙ୍ଗନଓ୍ବାଡି, ପଞ୍ଚାୟତ ଗୃହ। ନାଳ ଏପଟେ ରହିଯାଇଛନ୍ତି ଲୋକେ। ଯାତାୟାତ ପାଇଁ ନାଳ ଉପରେ ପୋଲଟିଏ ନାହିଁ। ଖରାଦିନେ ଅଳ୍ପ ପାଣି ଥିବାରୁ ନାଳରେ ପଶି ପାରି ହୋଇଯାଆନ୍ତି ଲୋକେ। ମାତ୍ର ବର୍ଷାଦିନ ଆସିଲେ ଦୁର୍ଦ୍ଦଶା ବଢିଯାଏ। ପୋଲଟିଏ ପାଇଁ ବାରମ୍ବାର ପ୍ରଶାସନଙ୍କୁ ଜଣାଇଲେ ମଧ୍ୟ କେହି ଶୁଣିଲେ ନାହିଁ। ତେଣୁ ଅଞ୍ଚଳବାସୀ ଶ୍ରମଦାନ କରି ନିଜେ ତିଆରି କରିଛନ୍ତି କାଠପୋଲ।
ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କ.ନୂଆଗଁା ବ୍ଲକ ଲାଞ୍ଜିରମାହା ୱାର୍ଡରେ। ଲେତିଙ୍ଗିଆ ପଞ୍ଚାୟତ ଲାଞ୍ଜିରମାହା ୱାର୍ଡରେ ବାସ କରନ୍ତି ୩୦ରୁ ଉର୍ଦ୍ଧ୍ୱ ଆଦିବାସୀ ପରିବାର। ଯୁଗାମୁଣ୍ଡା ନାଳ ପାରି ହୋଇ ସ୍କୁଲ, ପଞ୍ଚାୟତ, ତହସିଲ ଓ ମେଡିକାଲ ଆଦିକୁ ଯାଇଥାନ୍ତି ଗ୍ରାମବାସୀ। ନାଳ ଉପରେ ପୋଲଟିଏ ପାଇଁ ପ୍ରଶାସନକୁ ଅନୁରୋଧ କରି ମଧ୍ୟ କେହି ଶୁଣିଲେ ନାହିଁ। ଆଗକୁ ବର୍ଷାଦିନ ଆସୁଥିବାରୁ ସମସ୍ତ ଗ୍ରାମବାସୀ ଏକଜୁଟ ହୋଇ ଜଙ୍ଗଲରୁ କାଠ ସଂଗ୍ରହ କରି ନାଳ ଉପରେ କାଠପୋଲ ନିର୍ମାଣ କରିଛନ୍ତି। ଗଁାର ପିଲାଠୁ ବଡ଼ ସମସ୍ତେ ଲାଗି ପୋଲ ତିଆରି କରିଛନ୍ତି। ଏନେଇ ବାଲିଗୁଡା ଉପଜିଲାପାଳ ଦେବେନ୍ଦ୍ର କୁମାର ନନ୍ଦଙ୍କୁ ଯୋଗାଯୋଗ କରିବାର ଖୁବ୍‌ଶୀଘ୍ର ଏନେଇ ସ୍ଥାୟୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

ସରିଲା ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି

ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ,...

ନିର୍ବାଚନ ପୂର୍ବରୁ ଝଟ୍‌କା: କଂଗ୍ରେସ, ଭାଜପା ଛାଡ଼ିଲେ ଶତାଧିକ କର୍ମୀ

ଦାରିଙ୍ଗବାଡି,୧୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମିଶ୍ର କଲ୍ୟାଣ ମଣ୍ଡପଠାରେ ବିଜେଡିର କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri