Posted inଜାତୀୟ

ପ୍ରଶ୍ନ କରି ଅଧୀର ହଟହଟା: ଜମ୍ମୁ-କଶ୍ମୀର କ’ଣ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ

ନୂଆଦିଲ୍ଲୀ,୭ା୮(ପି.ଟି. ) : ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍‌ ଲୋକ ସଭାରେ ଆଗତ ବେଳେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଅଜବ ପ୍ରଶ୍ନ ଉଠାଇ ଅଡ଼ୁଆରେ ଫସିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଲୋକ ସଭାରେ ବିଲ୍‌ ଆଗତ କରିବା ପରେ ଅଧୀର କହିଥିଲେ, ଆପଣ କହୁଛନ୍ତି ଏହା ଏକ ଆଭ୍ୟନ୍ତରୀଣ ବ୍ୟାପାର। ହେଲେ ଜାତିସଂଘ ଏହା ଉପରେ ୧୯୪୮ରୁ ଅନୁଧ୍ୟାନ କରିଆସୁଛି। ସେହିପରି ସିମ୍‌ଲା ଚୁକ୍ତିନାମା ଓ ଲାହୋର ଘୋଷଣାନାମା ମଧ୍ୟ ରହିଛି। ତେଣୁ ଜମ୍ମୁ-କଶ୍ମୀର ଭାରତର ଆଭ୍ୟନ୍ତରୀଣ ନା ଏହା ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି ଅଧୀର ଏହା ଉପରେ ଶାସକ ପକ୍ଷର ସ୍ପଷ୍ଟୀକରଣ ଲୋଡ଼ିଥଲେ, ଯାହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁଖ୍‌ତାର ଅବ୍ବାସ ନକଭୀ ଏହାର ଜବାବରେ କହିଛନ୍ତି, ମୁଣ୍ଡବିହୀନ କଂଗ୍ରେସ ଏବେ ମସ୍ତିଷ୍କବିହୀନ ହୋଇଯାଇଛି। କଶ୍ମୀର ଆମର ଅବିଚ୍ଛେଦ୍ୟ ଅଙ୍ଗ ଏବଂ ଆଭ୍ୟନ୍ତରୀଣ ପ୍ରସଙ୍ଗ ନୁହେଁ ବୋଲି କଂଗ୍ରେସ କିପରି କହୁଛି। ଏହା କଂଗ୍ରେସର ମାନସିକ ଦେବାଳିଆପଣକୁ ଦର୍ଶାଉଛି। ଗୃହରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଉପସ୍ଥିତ ଥାଇ ଅଧୀରଙ୍କୁ ଏଭଳି ମନ୍ତବ୍ୟ ଦେବାରୁ କ୍ଷାନ୍ତ ରହିବାକୁ କାହିଁକି ଦାଗିଦ କଲେନାହିଁ ବୋଲି ନକଭୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri