ପ୍ରଶ୍ନ ଚୟନକୁ ନେଇ ଭାଜପା ସଭ୍ୟଙ୍କ ହଟ୍ଟଗୋଳ: ଏଣିକି ଲଟେରି ପୂର୍ବରୁ ବିଧାୟକଙ୍କୁ ଏସ୍‌ଏମ୍‌ଏସ୍‌ କରାଯିବ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ବିଧାନସଭାରେ କୋଉ ପ୍ରଶ୍ନ ଆସିବ ତାହା ଲଟେରି ମାଧ୍ୟମରେ ହୋଇଥାଏ। ଲଟେରି କିମ୍ବା ଗୁପ୍ତ ଗୋଳା ମାଧ୍ୟମରେ ପ୍ରଶ୍ନ ଚୟନ କରାଯାଉନାହିଁ। ଭଲ ଓ ଖରାପ ପ୍ରଶ୍ନ ବିଧାନସଭା କର୍ତ୍ତୃପକ୍ଷ ସ୍ଥିର କରିବେ ନାହିଁ। ଏହା ଲଟେରି ମାଧ୍ୟମରେ ବଛାଯିବ। ଲଟେରିବେଳେ ପ୍ରଶ୍ନ କରିଥିବା ବିଧାୟକ ଉପସ୍ଥିତ ରହିବେ। କିନ୍ତୁ ତାହା ହେଉ ନାହିଁ। ଏଭଳି ଅଭିଯୋଗ ଆଣି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ବାଚସ୍ପତି ଏବଂ ବିଧାନସଭା ସଚିବଙ୍କୁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ସେ ବିଧାନସଭାରେ ହୋହଲ୍ଲା କରିଥିଲେ। ଭାଜପା ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ବାଧ୍ୟହୋଇ ଗୃହକୁ ପୂର୍ବାହ୍ନ ୧୧.୩୦ ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ପୁଣି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ପ୍ରଶ୍ନ ଚୟନ ନେଇ ଲଟେରି ବିବାଦ ପ୍ରସଙ୍ଗରେ ରୁଲିଂ ଦେଇଥିଲେ। ପ୍ରଶ୍ନ ଚୟନ ନେଇ ହେଉଥିବା ଲଟେରି ପାଇଁ ପୂର୍ବରୁ ସୂଚନା ଦିଆଯାଇଥାଏ। ଯେକୌଣସି ଜଣେ ବିଧାୟକଙ୍କ ଉପସ୍ଥିତିରେ ଲଟେରି କରାଯାଏ। ବିଧାୟକ ନ ଥିଲେ ସଚିବଙ୍କ ଉପସ୍ଥିତିରେ ଏହା ହୋଇଥାଏ। ଏଣିକି ପ୍ରଶ୍ନ ସମ୍ପର୍କିତ ଲଟେରି ବିଷୟରେ ବିଧାୟକମାନଙ୍କୁ ଏସ୍‌ଏମଏସ୍‌ ଜରିଆରେ ସୂଚନା ଦିଆଯିବ ବୋଲି ବାଚସ୍ପତି କହିଥିଲେ। ଏହାପରେ ଗୃହ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri