Posted inଜାତୀୟ

ପ୍ରସବ ସମୟରେ ଅଘଟଣ: ଡାକ୍ତର ନିଲମ୍ବିତ

ହାଇଦ୍ରାବାଦ,୨୩।୧୨: ତେଲଙ୍ଗାନା ନାଗରକୁରନୁଲ ଜିଲା ଅଛମପେଟରୁ ଏକ ଆଶ୍ଚର୍ଯ୍ୟ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ପ୍ରସବ ସମୟରେ ନବଜାତ ଶିଶୁର ମୁଣ୍ଡ କଟିଯାଇଥିବା ବେଳେ ଶରୀରର ଅଧା ଅଂଶ ମା’ ଗର୍ଭରେ ରହିଯାଇଥିବା ଜଣାପଡ଼ିଛି। ଏହି ଘଟଣା ଏବେ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ନାଗରକୁରନୁଲ ଜିଲାର ନାଦିମପଲ୍ଲୀ ଗାଁର ୨୩ବର୍ଷୀୟା ସ୍ବାତୀଙ୍କର ଡିସେମ୍ବର ୧୮ରେ ପ୍ରସବ ବେଦନା ହୋଇଥିଲା। ପରେ ପରିବାର ଲୋକେ ତାଙ୍କୁ ଅଛମପେଟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ସ୍ବାତୀଙ୍କର କୌଣସି ସମସ୍ୟା ନ ଥିବା ବେଳେ ସାଧାରଣ ପ୍ରସବ ହେବା ନେଇ ଡାକ୍ତର ସୁଧାରାଣୀ କହିଥିଲେ। ଡାକ୍ତର ସୁଧାରାଣୀ ୨ଜଣ ପୁରୁଷ ଡାକ୍ତରଙ୍କ ସହ ତାଙ୍କର ପ୍ରସବ କରାଇଥିଲେ। କିନ୍ତୁ କିଛି ସମୟ ପରେ ସ୍ବାତୀଙ୍କର ସ୍ଥିତି ବିଗିଡିଯାଇଥିବା ନେଇ ଡାକ୍ତର ତାଙ୍କ ପରିବାର ଲୋକଙ୍କୁ କହିବା ପରେ ହାଇଦ୍ରାବାଦ ପେଟଲାବର୍ଜ ମାଟରନିଟି ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ଉକ୍ତ ହସ୍ପିଟାଲରେ ଡାକ୍ତର ତାଙ୍କୁ ପରୀକ୍ଷାନୀରିକ୍ଷା କରିବା ପରେ ଜଣାପଡ଼ିଥିଲା ଯେ, ଅଛମପେଟ ହସ୍ପିଟାଲରେ ସ୍ବାତୀଙ୍କର ସାଧାରଣ ପ୍ରସବ ନ କରାଇ ସିଜେରିଆନ କରାଯାଇଥିଲା। ଅପରେଶନ୍‌ ସମୟରେ ନବଜାତର ମୁଣ୍ଡ କଟିଯାଇଥିବା ବେଳେ ଶରୀରର ଅଧା ଅଂଶ ମା’ ପେଟରେ ଏବେ ବି ଥିବା ନେଇ ଡାକ୍ତର ପରିବାର ଲୋକଙ୍କୁ ଜଣାଇଥିଲେ। ଏହାପରେ ସ୍ବାତୀଙ୍କର ଅପରେଶନ୍‌ କରାଯାଇ କଟାମୁଣ୍ଡ ଶିଶୁଟିକୁ କଢ଼ାଯାଇଥିଲା। ଏହି ଘଟଣା ଜଣାପଡ଼ିବା ପରେ ପରିବାର ଲୋକେ ଅଛମପେଟ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ କରିବା ସହ ଭଙ୍ଗାରୁଜା କରିଥିଲେ। ଏନେଇ ଜିଲାପାଳ ଓ ଜିଲା ଚିକିତ୍ସାଧିକାରୀଙ୍କୁ ପରିବାର ଲୋକେ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଜିଲା ଚିକିତ୍ସାଧିକାରୀ ତୁରନ୍ତ ଡାକ୍ତର ସୁଧା ରାଣୀଙ୍କୁ ନିଲମ୍ବିତ କରିଥିବା ଜଣାପଡ଼ିଛି। ଏଥିସହ ଏକ ଯାଞ୍ଚ କମିଟି ଗଠନ କରି ଶୀଘ୍ର ଏହାର ତଦନ୍ତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri