ପ୍ରସୂତିଙ୍କୁ ଭେଟିଲା ଭାଜପା ମହିଳା ମୋର୍ଚ୍ଚା

ଭଦ୍ରକ ଅଫିସ,୧୬ା୧୦- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ବାରଣ୍ଡାରେ ସୋମବାର ଜଣେ ପ୍ରସୂତି ପିଲା ଜନ୍ମ କରିବା ଘଟଣାପରେ ମଙ୍ଗଳବାର ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପ୍ରସୂତିଙ୍କୁ ଭେଟି ଫେରିଛନ୍ତି। ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ ସମ୍ପୃକ୍ତା ମହିଳାଙ୍କୁ ଭେଟି ତାଙ୍କର ଏବଂ ଜନ୍ମିତ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏଥିସହ କିଭଳି ପରିସ୍ଥିତିରେ ବିଭାଗୀୟ ଡାକ୍ତର ଆସନ୍ନ ପ୍ରସବା ରାନୁଲତା ଖିଲାରଙ୍କୁ ଚିକିତ୍ସା କରିବା ବଦଳରେ କଟକ ପଠାଇବାକୁ ନିର୍ଦ୍ଦେଶ ଦେଲେ ସେ ବିଷୟରେ ସୂଚନା ସଂଗ୍ରହ କରିଥିଲେ। ପରେ ଟିମ୍‌ର ସଦସ୍ୟାମାନେ ସିଡିଏମ୍‌ଓ ଡା. ଆର୍ଯ୍ୟ ମିଶ୍ରଙ୍କୁ ଭେଟି ପୂରା ଘଟଣାକ୍ରମ ନେଇ ଆଲୋଚନା କରି ରୋଗୀକୁ ସର୍ବନିମ୍ନ ଚିକିତ୍ସା ସୁବିଧା ଦିଆ ନ ଯିବା ଏବଂ ଗର୍ଭବତୀ ମହିଳା ଓ୍ବାର୍ଡ ବାରଣ୍ଡାରେ ପିଲା ଜନ୍ମ ଦେବା ସମୟରେ କୌଣସି ଡାକ୍ତର କିମ୍ବା ନର୍ସ ସହାୟତା କରିବାକୁ ଆଗେଇ ନ ଆସିବା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ସ୍ବାସ୍ଥ୍ୟସେବା ବ୍ୟବସ୍ଥା କ୍ଷେତ୍ରରେ ଏଭଳି ଅପରିଣାମଦର୍ଶୀ କାର୍ଯ୍ୟ ଗ୍ରହଣୀୟ ନୁହେଁ ବୋଲି ସେମାନେ ଦର୍ଶାଇଥିଲେ। ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା ଏବଂ ଜିଲା ସଭାନେତ୍ରୀ ମନସ୍ମିତା ଖୁଣ୍ଟିଆଙ୍କ ନିର୍ଦ୍ଦେଶ କ୍ରମେ ମେଡିକାଲକୁ ଯାଇଥିବା ପ୍ରତିନିଧି ଦଳରେ ଜିଲା ଉପସଭାନେତ୍ରୀ ଜିଲା ପରିଷଦ ସଭ୍ୟା ଉମାମଣି ସାହୁ, ସୁମିତ୍ରା ପାଣି, ସାଧାରଣ ସମ୍ପାଦିକା ମନୋରମା ପାତ୍ର, ପୁଷ୍ପାଞ୍ଜଳି ବେହେରା, ଆଇଟିସେଲର ସଂଯୋଜିକା ତପସ୍ବିନୀ ମହାପାତ୍ର, ନଗର ସଭାନେତ୍ରୀ ଉର୍ମିଳା ସାହୁ, ଉପସଭାନେତ୍ରୀ ପଦ୍ମିନୀ ଦ୍ୱିବେଦୀ ପ୍ରମୁଖ ସାମିଲ ଥିଲେ। ଭଦ୍ରକ ଜିଲା ଭାଜପା ସଭାପତି ବଦ୍ରି ନାରାୟଣ ଧଳ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri