ପ୍ରସୂତିଙ୍କୁ ଭେଟିଲା ଭାଜପା ମହିଳା ମୋର୍ଚ୍ଚା

ଭଦ୍ରକ ଅଫିସ,୧୬ା୧୦- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ବାରଣ୍ଡାରେ ସୋମବାର ଜଣେ ପ୍ରସୂତି ପିଲା ଜନ୍ମ କରିବା ଘଟଣାପରେ ମଙ୍ଗଳବାର ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପ୍ରସୂତିଙ୍କୁ ଭେଟି ଫେରିଛନ୍ତି। ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ ସମ୍ପୃକ୍ତା ମହିଳାଙ୍କୁ ଭେଟି ତାଙ୍କର ଏବଂ ଜନ୍ମିତ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏଥିସହ କିଭଳି ପରିସ୍ଥିତିରେ ବିଭାଗୀୟ ଡାକ୍ତର ଆସନ୍ନ ପ୍ରସବା ରାନୁଲତା ଖିଲାରଙ୍କୁ ଚିକିତ୍ସା କରିବା ବଦଳରେ କଟକ ପଠାଇବାକୁ ନିର୍ଦ୍ଦେଶ ଦେଲେ ସେ ବିଷୟରେ ସୂଚନା ସଂଗ୍ରହ କରିଥିଲେ। ପରେ ଟିମ୍‌ର ସଦସ୍ୟାମାନେ ସିଡିଏମ୍‌ଓ ଡା. ଆର୍ଯ୍ୟ ମିଶ୍ରଙ୍କୁ ଭେଟି ପୂରା ଘଟଣାକ୍ରମ ନେଇ ଆଲୋଚନା କରି ରୋଗୀକୁ ସର୍ବନିମ୍ନ ଚିକିତ୍ସା ସୁବିଧା ଦିଆ ନ ଯିବା ଏବଂ ଗର୍ଭବତୀ ମହିଳା ଓ୍ବାର୍ଡ ବାରଣ୍ଡାରେ ପିଲା ଜନ୍ମ ଦେବା ସମୟରେ କୌଣସି ଡାକ୍ତର କିମ୍ବା ନର୍ସ ସହାୟତା କରିବାକୁ ଆଗେଇ ନ ଆସିବା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ସ୍ବାସ୍ଥ୍ୟସେବା ବ୍ୟବସ୍ଥା କ୍ଷେତ୍ରରେ ଏଭଳି ଅପରିଣାମଦର୍ଶୀ କାର୍ଯ୍ୟ ଗ୍ରହଣୀୟ ନୁହେଁ ବୋଲି ସେମାନେ ଦର୍ଶାଇଥିଲେ। ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା ଏବଂ ଜିଲା ସଭାନେତ୍ରୀ ମନସ୍ମିତା ଖୁଣ୍ଟିଆଙ୍କ ନିର୍ଦ୍ଦେଶ କ୍ରମେ ମେଡିକାଲକୁ ଯାଇଥିବା ପ୍ରତିନିଧି ଦଳରେ ଜିଲା ଉପସଭାନେତ୍ରୀ ଜିଲା ପରିଷଦ ସଭ୍ୟା ଉମାମଣି ସାହୁ, ସୁମିତ୍ରା ପାଣି, ସାଧାରଣ ସମ୍ପାଦିକା ମନୋରମା ପାତ୍ର, ପୁଷ୍ପାଞ୍ଜଳି ବେହେରା, ଆଇଟିସେଲର ସଂଯୋଜିକା ତପସ୍ବିନୀ ମହାପାତ୍ର, ନଗର ସଭାନେତ୍ରୀ ଉର୍ମିଳା ସାହୁ, ଉପସଭାନେତ୍ରୀ ପଦ୍ମିନୀ ଦ୍ୱିବେଦୀ ପ୍ରମୁଖ ସାମିଲ ଥିଲେ। ଭଦ୍ରକ ଜିଲା ଭାଜପା ସଭାପତି ବଦ୍ରି ନାରାୟଣ ଧଳ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri