ପ୍ରସୂତିଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ସରପଞ୍ଚ, ସାଧାରଣରେ ପ୍ରଶଂସା

ମାଲକାନଗିରି, ୨୩ା୬(ଡି.ଏନ.ଏ.): ମାଲକାନଗିରି ଜିଲାର ଜଣେ ଯୁବ ସରପଞ୍ଚ ନନ୍ଦ କୁମାର ଆଜମେରା । ଜଣେ ପ୍ରସୂତି ମହିଳାଙ୍କୁ ଶନିବାର ରକ୍ତଦାନ କରି ସେ ମୃତ୍ୟୁମୁଖରୁ ବଞ୍ଚାଇ ଦେଇଛନ୍ତି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ତଣ୍ଡାପାଲ୍ଲୀ ପଞ୍ଚାୟତର ନନ୍ଦ ବସ୍ତିର କୃଷ୍ଣ ଭୂକିଆଙ୍କ ସ୍ତ୍ରୀ ମେନକାଙ୍କ ଶୁକ୍ରବାର ରାତିରେ ପ୍ରସବ ଯନ୍ତ୍ରଣା ହୋଇଥିଲା । ଫଳରେ ପରିବାର ଲୋକେ ତାଙ୍କୁ ମାଲକାନଗିରି ଜିଲା ସଦର ମହକୁମା ଚିିକିସତ୍ାଳୟକୁ ନେଇଥିଲେ। ଡାକ୍ତର ତାଙ୍କୁ ପରୀକ୍ଷା କରିବା ପରେ ପ୍ରସବ ପାଇଁ ଅସ୍ତ୍ରୋପଚାର କରିବା ଜରୁରୀ ବୋଲି କହିଥିଲେ। ମେନକାଙ୍କ ଅସ୍ତ୍ରୋପଚାର କରିବା ପରେ ସେ ଶିଶୁପୁତ୍ରଟିଏ ଜନ୍ମ ଦେଇଥିଲେ । ପରେ ମେନକାଙ୍କୁ ରକ୍ତ ଦେବା ଆବଶ୍ୟକ ପଡିଥିଲା। ମାଲକାନଗିରି ରକ୍ତଭଣ୍ଡାରରେ ରକ୍ତର ଅଭାବ ହେତୁ ମେନକାଙ୍କ ପରିବାର ଲୋକେ ଚିନ୍ତାରେ ପଡ଼ିଥିଲେ ା ଏହି ସମୟରେ ତଣ୍ଡାପାଲି ସରପଞ୍ଚ ନନ୍ଦ କୁମାର ଆଜମେରା ଖବର ପାଇ ତୁରନ୍ତ ଚିକିସତ୍ାଳୟରେ ପହଞ୍ଚତ୍ ମେନକାଙ୍କୁ ରକ୍ତଦାନ କରିଥିଲେ । ଫଳରେ ମେନକା ମୃତ୍ୟୁମୁଖରୁ ରକ୍ଷା ପାଇଯାଇଥିଲେ। ଉଚ୍ଚ ଶିକ୍ଷିତ ସରପଞ୍ଚ ଆଜମେରାଙ୍କ ଏଭଳି ମହନୀୟ କାର୍ଯ୍ୟ ପାଇଁ ସାଧାରଣରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri