ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍‌ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ରେଗେଡା ସମିତିସଭ୍ୟ ଅରବିନ୍ଦ ଚୌଧୁରୀଙ୍କ ନେତୃତ୍ୱରେ ଏହି ଧାରଣା ଦିଆଯାଇଥିଲା। ମଙ୍ଗଳବାର ରାତି ୧୦ଟାରେ ଏଡିଏମ୍‌ଓ(ଏଫ୍‌ଡବ୍ଲ୍ୟୁ) ଡ. ଅଶୋକ କୁମାର ଅଗ୍ରୱାଲ, ସ୍ଥାନୀୟ ଭାରପ୍ରାପ୍ତ ତହସିଲଦାର ସର୍ବେଶ୍ୱର ଜାଲ ଘଟଣାସ୍ଥଳରେ ପହଞ୍ଚି ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାରଙ୍କୁ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଓ ଦୁଇ ଅନାଥ ଶିଶୁକୁ ଥଇଥାନ କରିବାକୁ ପ୍ରତିଶ୍ରୁତି ଦେବାପରେ ରାତି ୧୨ଟାରେ ଧାରଣା ଉଠିଥିଲା। ତେବେ ସ୍ଥାନୀୟ ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ମ.ରାମପୁରକୁ ପଠାଇଥିଲେ। ବୁଧବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ ଅଧିଶଚନ୍ଦ୍ର ବିଶ୍ୱାସ କହିଛନ୍ତି।
ପ୍ରକାଶ ଥାଉକି ପୌରକେଲା ଗ୍ରାମର ସଜନୀ ଦୁର୍ଗା ଗୋଲାମୁଣ୍ଡା ବ୍ଲକର କର୍ଲା ଗ୍ରାମର ମନୋଜ ଦୁର୍ଗାଙ୍କୁ ବିବାହ କରିଥିଲେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନାନ୍ତର ହେବାରୁ ସଜନୀ ବାପଘରେ ରହୁଥିଲେ। ତେବେ ସେ ଗର୍ଭବତୀ ଥିଲେ ହେଁ ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ରରେ ନାମ ପଞ୍ଜୀକରଣ କରି ନ ଥିଲେ। ମଙ୍ଗଳବାର ଶିଶୁ କନ୍ୟା ଜନ୍ମ ହେବା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଥିରେ ସରର୍ଗୁଲ ମାଲପଡା ସମିତି ସଭ୍ୟ ଯଶୋବନ୍ତ ସାହୁ, ପୌରକେଲା ସମିତି ସଭ୍ୟ ସୀମାଞ୍ଚଳ ଭୋଇ, କର୍ଲାମୁଣ୍ଡା ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ, ଦେବେନ୍ଦ୍ର ସାହୁ ପ୍ରମୁଖ ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri