ପାଟଣା ,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ତଥା ପାଟଣା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଟାଇଁସିରା ମୌଜାରେ ପ୍ରସ୍ତାବିତ ଏକ ପାଉଁଶ ଇଟା କାରଖାନା ନିର୍ମାଣକୁ ସ୍ଥାନୀୟ ଗ୍ରାମବାସୀଙ୍କ ତରଫରୁ ବିରୋଧ କରାଯାଇଛି।
ସୂଚନା ଅନୁଯାୟୀ, ଉକ୍ତ ମୌଜାର ଏକ ପ୍ଲଟରେ ନିର୍ମାଣ ହେବାକୁ ଥିବା ଫ୍ଲାଇ ଆଶ୍ ଫ୍ୟାକ୍ଟ୍ରିକୁ ଉକ୍ତ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଜିଲାପାଳ, ପାଟଣା ତହସିଲଦାର, ଥାନା ଅଧିକାରୀ ଓ ବଡ଼ପାଟଣା ସରପଞ୍ଚଙ୍କୁ ଗ୍ରାମବାସୀ ଦାବିପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ଅନୁଯାୟୀ, ପ୍ରସ୍ତାବିତ କାରଖାନା ଜମିଟି ଜନବସତି ଓ ବିଦ୍ୟାଳୟକୁ ଲାଗି ରହିଛି। ତେଣୁ ଏଠାରେ କାରଖାନା ନିର୍ମାଣ ହେଲେ ସେଥିରୁ ନିର୍ଗତ ଧୂଳିରେ ସ୍ଥାନୀୟ ଲୋକେ ରୋଗାକ୍ରାନ୍ତ ହେବେ। ଏଥିସହ ସମ୍ପୃକ୍ତ ଜମି ନିକଟ ଦେଇ ରାଞ୍ଚି-ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥ ଯାଇଛି। ଏଭଳି ସ୍ଥାନରେ ଫ୍ଲାଏ ଆଶ୍ ଇଟା କାରଖାନା ହେଲେ ଏହା ସାଧାରଣ ଲୋକଙ୍କୁ ବହୁ ଅସୁବିଧାର ପକାଇବ ବୋଲି ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ତେଣୁ ଏହି କାରଖାନା ନିର୍ମାଣକୁ ଅନୁମତି ନ ଦେବାକୁ ଗ୍ରାମବସୀ ଅନୁରୋଧ କରିଛନ୍ତି।
ପ୍ରସ୍ତାବିତ ପାଉଁଶ ଇଟା କାରଖାନାକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ
Posted inଆମ ଜିଲା ଖବର, କେନ୍ଦୁଝର View All
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
Archives


