ପ୍ରସ୍ତୁତି, ପରିଚାଳନା, ଶ୍ରମଭିତ୍ତିକ କାର୍ଯ୍ୟର ସମୀକ୍ଷା କଲେ କୋଭିଡ-୧୯ ପର୍ଯ୍ୟବେକ୍ଷକ

ବଲାଙ୍ଗୀର ଅଫିସ, ୨।୫: ବଲାଙ୍ଗୀର ଜିଲା ଦାୟିତ୍ୱରେ ଥିବା କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଗୃହ(ନିର୍ବାଚନ) ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବ ବେଣୁଧର ବେହେରା ଶନିବାର ବଲାଙ୍ଗୀର ଗସ୍ତରେ ଆସିଥିଲେ। ଏନ୍‌ଏଚ୍‌ଏମ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧିକାରୀଦ୍ୱୟ କୋଭିଡ୍‌-୧୯ ସମ୍ପର୍କିତ ପ୍ରସ୍ତୁତି, ପରିଚାଳନା, ଅର୍ଥନୈତିକ କାର୍ଯ୍ୟକଳାପ ସକାଶେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଶ୍ରମଭିତ୍ତିକ କାର୍ଯ୍ୟର ସମୀକ୍ଷା କରିଥିଲେ। ବୈଠକରେ ଜିଲାପାଳ ଅରିନ୍ଦମ ଡାକୁଆ, ଏସ୍‌ପି ସନ୍ଦୀପ ମାଡକର, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଡ ମହେଶ୍ୱର ସ୍ବାଇଁ, ସିଡିଏମ୍‌ଓ ଡା ନାରାୟଣ ଥନାପତି, ଡା ମଞ୍ଜୁବାଳା ପଣ୍ଡାଙ୍କ ସହ ଜିଲା ସ୍ବାସ୍ଥ୍ୟ ଓ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଶୁକ୍ରବାର ଜିଲାର ଗୁଡଭେଲା ବ୍ଳକ୍‌ର ଲିଖିରିଆ ଗଁାରେ ଦୁଇ କରୋନା ପଜିଟିଭ ଚିହ୍ନଟ ପରେ ସେହି ଅଞ୍ଚଳରେ କରାଯାଇଥିବା କଣ୍ଟେନ୍‌ମେଣ୍ଟ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଉପରେ ସମୀକ୍ଷା କରାଯାଇଥିଲା। ରାଜ୍ୟ ବାହାରୁ ଫେରିବାକୁ ଥିବା ବ୍ୟକ୍ତି ଓ ପ୍ରବାସୀ ଶ୍ରମିକଙ୍କ ପାଇଁ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଖୋଲା ଯାଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଓ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକର ସ୍ଥିତି ଓ ଆନୁସଙ୍ଗିକ ବ୍ୟବସ୍ଥାର ସବିଶେଷ ସମୀକ୍ଷା ହୋଇଥିଲା। ଜିଲାର କୋଭିଡ୍‌ ହସ୍ପିଟାଲ, କରୋନା ହେଲ୍‌ଥ ସେଣ୍ଟର ଓ କରୋନା କେୟାର ସେଣ୍ଟରଗୁଡିକର ସ୍ଥିତି ସମ୍ପର୍କରେ ବୈଠକରେ ସମୀକ୍ଷା ହୋଇଥିଲା। ଶ୍ରମଜୀବୀମାନଙ୍କ ଅର୍ଥନୈତିକ ଉନ୍ନତି ନିମନ୍ତେ ବିଭିନ୍ନ ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ଏମଜିଏନ୍‌ଆରଇଜିଏ ଯୋଜନା ମାଧ୍ୟମରେ ବିଭିନ୍ନ ପ୍ରକଳ୍ପରେ କାମ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟସ୍ଥଳୀରେ କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ କଡାକଡି ପାଳନ, ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା, କାର୍ଯ୍ୟସ୍ଥଳୀରେ ହାତ ଧୋଇବା ପାଇଁ ସାବୁନ୍‌, ପାଣି ରଖିବାକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ। ଏହାପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଓ ପୂର୍ତ୍ତ ବିଭାଗର ଶ୍ରମଭିତ୍ତିକ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। କୃଷି ବିଭାଗ, ଉଦ୍ୟାନ କୃଷି, ଜଳଛାୟା ପ୍ରକଳ୍ପ, ଜଙ୍ଗଲ ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ନର୍ସରୀ, ଓଡିଶା ଜୀବିକା ମିଶନ୍‌ ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ଶ୍ରମଭିତ୍ତିକ କାର୍ଯ୍ୟ ସୁନିଶ୍ଚିତ କରିବା ଉପରେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଦିଆଯାଉଥିବା ଅଗ୍ରୀମ ୩ମାସର ଚାଉଳ, ମଧ୍ୟାହ୍ନ ଭୋଜନ ଯୋଜନାରେ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା କୁପନ ଓ ଅନ୍ୟାନ୍ୟ ଯୋଜନା ଗୁଡିକର ହିତାଧିକାରୀଙ୍କ ଦିଆଯାଉଥିବା ସହାୟତା ଉପରେ ମଧ୍ୟ ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?