Posted inଫୁରସତ

ପ୍ରାକୃତିକ ବିପର୍ଯ୍ୟୟ ପୂର୍ବରୁ ଏହି କୁଣ୍ଡର ଜଳସ୍ତର ହୁଏ ବୃଦ୍ଧି…

ଭାରତରେ ଅନେକ ରହସ୍ୟମୟ ସ୍ଥାନ ରହିଛି। ଏହାର ରହସ୍ୟ ସମାଧାନ ଆଧୁନିକ ବିଜ୍ଞାନ ମଧ୍ୟ କରି ପାରିନାହିଁ। ସେହିଭଳି ଏକ ସ୍ଥାନ ହେଉଛି ମଧ୍ୟପ୍ରଦେଶର ଛତରପୁର ଜିଲାରେ ଥିବା ଭୀମକୁଣ୍ଡ। ସ୍ଥାନୀୟ ବାଜନା ଗାଁରେ ଗଦା ଆକୃତିର ଏହି କୁଣ୍ଡ ରହିଛି। ପାଣ୍ଡବମାନେ ଅଜ୍ଞାତବାସ ସମୟରେ ଏଠାରେ ରହୁଥିଲେ ବୋଲି ମହାଭାରତରେ ଉଲ୍ଲେଖ ରହିଛି। ଏହି କୁଣ୍ଡର ପାଣି ସ୍ବଚ୍ଛ। ଏହାକୁ କେତେକ ପବିତ୍ର କୁଣ୍ଡ ବୋଲି କହିଥାନ୍ତି। ଏସିଆ ମହାଦେଶରେ ଭୂମିକମ୍ପ, ଝଡ଼ତୋଫାନ୍‌, ବନ୍ୟା, ସୁନାମୀ ଆଦି ପ୍ରାକୃତିକ ବିପର୍ଯ୍ୟୟ ପୂର୍ବରୁ ଏହି କୁଣ୍ଡର ଜଳସ୍ତର ଆଶ୍ଚର୍ଯ୍ୟ ଜନକଭାବେ ବୃଦ୍ଧି ପାଇଥାଏ। ଏହା କିପରି ହେଉଛି ତାହା ଏପର୍ଯ୍ୟନ୍ତ ମଧ୍ୟ ଅଜଣା। ଏହି କୁଣ୍ଡର ଗଭୀରତା ମାପିବା ପାଇଁ ପ୍ରୟାସ ହୋଇଥିଲେ ମଧ୍ୟ ତାହା ସଫଳ ହୋଇ ନ ଥିବା ସ୍ଥାନୀୟ ଲୋକେ କୁହନ୍ତି। କିଛି ବିଶେଷଜ୍ଞ ଥରେ ଏହାର ଗଭୀରତା ମାପିବା ପାଇଁ କ୍ୟାମେରାର ବ୍ୟବହାର କରିଥିଲେ। ତେବେ ୨ଶହ ମିଟର ପର୍ଯ୍ୟନ୍ତ କ୍ୟାମେରା ଯାଇଥିବା ବେଳେ ଅବଶିଷ୍ଟ ଗଭୀରତାକୁ ମାପିବାରେ ବିଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri