ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲାସ୍ତରୀୟ ମକ୍‌ ଡ୍ରିଲ : ଧନଜୀବନ ରକ୍ଷା କୌଶଳ ପ୍ରଦର୍ଶନ

ଅନୁଗୋଳ ଅଫିସ, ୨୦।୬ – ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକମାନଙ୍କ ଧନଜୀବନର ସୁରକ୍ଷା କରିବା ପାଇଁ ବୁଧବାର ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ମକ୍‌ ଡ୍ରିଲ ଆୟୋଜିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ବିପର୍ଯ୍ୟୟ ସମୟରେ କିପରି ଠିକ୍‌ ପଦକ୍ଷେପ ନିଆଯିବ ସେ ସମ୍ପର୍କରେ ଆବଶ୍ୟକ ଜ୍ଞାନ କୌଶଳ ଏହି କାର୍ଯ୍ୟକ୍ରମରୁ ଶିକ୍ଷା କରିବା ସହ ଅନ୍ୟମାନଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଜିଲାସ୍ତରୀୟ ଅଧିକାରୀମାନେ ନିଜ ନିଜ ବିଭାଗରେ ଉପଲବ୍ଧ ସମ୍ବଳକୁ ବିନିଯୋଗ କରି ବିପର୍ଯ୍ୟୟର ମୁକାବିଲା କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ପ୍ରମୁଖ ଯୋଗଦେଇଥିଲେ।
ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନର ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ଅଗ୍ନିଶମ କର୍ମଚାରୀ ବିଭାଗ ବିଭିନ୍ନ ପ୍ରକାର କୌଶଳ ପ୍ରଦର୍ଶନ କରିଥିଲେ। ବିପର୍ଯ୍ୟୟ ସମୟରେ ଉଦ୍ଧାର କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ଓ ଆଶ୍ରୟସ୍ଥଳରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ ହୋଇପାରିବ ସେ ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା। ଜିଲା ଅଗ୍ନିଶମ ଅଧିକାରୀ ସର୍ବେଶ୍ୱର ବରାଳ ପାୱାର ବୋଟ, ପାୱାର କଟର, ପାୱାର ଲାଇଟ୍‌ ଓ ଅଗ୍ନି ନିର୍ବାପକ ଯନ୍ତ୍ରର ବ୍ୟବହାର ଉପରେ ଛାତ୍ରୀଛାତ୍ରମାନଙ୍କୁ ବୁଝାଇବା ସହ ସୁଉଚ୍ଚ ଅଟ୍ଟାଳିକା ଉପରେ ଅଚେତ ଅବସ୍ଥାରେ ପ୍ରଭାବିତ ଲୋକମାନଙ୍କୁ ଦଉଡ଼ି ଓ ଶିଡ଼ି ମାଧ୍ୟମରେ ତଳକୁ ଆଣିବାର କୌଶଳ ପ୍ରଦର୍ଶନ କରିଥିଲେ। ଏହାଛଡ଼ା ଅଗ୍ନିକାଣ୍ଡ ଘଟିଥିବା ଗୃହ ମଧ୍ୟରୁ ଲୋକମାନଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରିବାର କୌଶଳ ମଧ୍ୟ ଦେଖାଇଥିଲେ। ଡେପୁଟି କଲେକ୍ଟର ବଇତୁରା ଦୀପ୍‌, ଜିଲା ସମାଜ ମଙ୍ଗଳ ଅଧିକାରୀ ଆଲମା ବରୁଆ, ଡେପୁଟି କଲେକ୍ଟର ଲମ୍ବୋଦର ମାରାଣ୍ଡି, ଆସିଷ୍ଟାଣ୍ଟ କଲେକ୍ଟର ସୋଫି ସାଇନିକାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସାମାଜିକ କର୍ମୀ, ଜିଲାପାଳ ଓ ଉପଜିଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନର ଡିପିଓ ପ୍ରଦୋଷ କୁମାର ଶତପଥୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରତ୍ୟୁଷରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କିତ ସଚେତନତା ବାର୍ତ୍ତା ଦିଆଯାଇ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri