Posted inରାଜ୍ୟ

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମକ୍‌ଡ୍ରିଲ୍‌

ଖଣ୍ଡପଡ଼ା,୨୦ା୬(ସ୍ବ.ପ୍ର.): ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡା ପଞ୍ଚାୟତ ମାଧପୁର ବହୁମୁଖୀ ଆଶ୍ରୟସ୍ଥଳୀଠାରେ ବୁଧବାର ଏକ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଅଭ୍ୟାସ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କମିଟି(ଓଡ୍ରାଫ୍ଟ) ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଭାପୁର ତହସିଲଦାର ତଥା ବିଡିଓ ଡ. ସୁନିତା ଜେନା ଅଧ୍ୟକ୍ଷତା କରିଥିଲେ। ଫତେଗଡ଼ ଏଏସ୍‌ଆଇ ସଞ୍ଜୀବ ମହାନ୍ତି ଯୋଗଦେଇ ଆଗାମୀ ଦିନରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ କିପରି ମୁକାବିଲା କରାଯାଇପାରିବ ସେ ସମ୍ପର୍କରେ ସୂଚନା ଦେଇଥିଲେ। ଭାପୁର ଅଗ୍ନିଶମ ବିଭାଗ ଅଧିକାରୀ ସୁରେନ୍ଦ୍ର ନାଥ ଗଡପସୁଙ୍କ ତତ୍ତ୍ୱାବଧାନରେ ଗଞ୍ଜାମ ଓଡ୍ରାଫ୍ଟ ଟିମ୍‌ର ହାବିଲଦାର ରାକେଶ କୁମାର ପାଣି, ବିଜୟ କୁମାର ସାମଲ, ପରମାନନ୍ଦ ମହାପାତ୍ର କୌଶଳ ପ୍ରଦର୍ଶନ କରିଥିଲେ। ଏହି ମକ୍‌ଡ୍ରିଲ କାର୍ଯ୍ୟକ୍ରମରେ ଯଥାକ୍ରମେ ପଥରଚକଡା, ଧାନଚେଙ୍ଗଡା ସରପଞ୍ଚ ତ୍ରିନାଥ ମୁଦୁଲି, କୃଷ୍ଣଚନ୍ଦ୍ର ସାହୁ ଓ ସମିତି ସଭ୍ୟ ତାରେସ୍ବର ମାଝି ପ୍ରମୁଖ ଉପସ୍ଥିତ ଥିଲେ। ମାଧପୁର ବାତ୍ୟା ଆଶ୍ରୟସ୍ଥଳୀର ସମ୍ପାଦକ ତ୍ରିନାଥ ସାହୁ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ । ସେହିପରି ଖଣ୍ଡପଡ଼ା ବ୍ଲକ ପରିସରରେ ମଧ୍ୟ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଗ୍ନିଶମ ବିଭାଗ ଅଧିକାରୀ ହମଜାଲି ଖାନ୍‌ଙ୍କ ତତ୍ତ୍ୱାବଧାନରେ କର୍ମଚାରୀମାନେ ବିପର୍ଯ୍ୟୟ ସମୟରେ କିଭଳି ସୁରକ୍ଷା ଦେଇପାରିବେ ତାହାର ବିଭିନ୍ନ କୌଶଳ ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମରେ ବ୍ଲକ ପ୍ରଶାସନ ଅଧିକାରୀମାନେ ଯୋଗଦେଇଥିବାବେଳେ ଜିପିଓ ମନୋଜ କୁମାର ବେଉରା ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri