ପ୍ରାକୃତିକ ବିପର୍ଯ୍ୟୟ ସହ ଯୁଝୁଛି ଓଡ଼ିଶା, ସ୍ପେଶାଲ ଫୋକସ୍‌ ଷ୍ଟେଟ୍‌ ମାନ୍ୟତା ପ୍ରଦାନ କରାଯାଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ସହ ଯୁଝୁଛି ଓଡ଼ିଶା। ଏଥିଲାଗି ଓଡ଼ିଶାକୁ ସ୍ପେଶାଲ ଫୋକସ୍‌ ଷ୍ଟେଟ୍‌ ମାନ୍ୟତା ପ୍ରଦାନ କରାଯାଉ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ଶୁକ୍ରବାର ଅନୁଷ୍ଠିତ ୨୪ତମ ପୂର୍ବାଞ୍ଚଳ ଜୋନ୍‌ ପରିଷଦ(ଇଜେଡ୍‌ସି) ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଦାବି ରଖିଛନ୍ତି। ଏହି ଅବସରରେ ‘ଫନୀ’ ସହାୟତା ପାଇଁ କେନ୍ଦ୍ରକୁ ସେ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପୂର୍ବାଞ୍ଚଳ ଭିତ୍ତିଭୂମି ବିକାଶ ପାଇଁ ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଘୋଷଣା ହେଉ। ଟେଲି, ବ୍ୟାଙ୍କ, ରେଳ ଓ ରୋଡ୍‌ ଘନତ୍ୱରେ ପୂର୍ବାଞ୍ଚଳ ନିମ୍ନରେ ରହିଛି। ଜାତୀୟ ହାରସ୍ତରକୁ ଆଣିବାକୁ ହେଲେ କେନ୍ଦ୍ର ଅନୁଦାନ ଦ୍ୱିଗୁଣା ହେବା ଆବଶ୍ୟକ। ଏଣୁ ବ୍ୟାଙ୍କ, ଟେଲି ଘନତ୍ୱ, କୋଇଲା ରୟାଲ୍‌ଟି ମଧ୍ୟ ବୃଦ୍ଧି କରାଯାଉ। ୨୦୧୨ରୁ ଏଯାଏ କୋଇଲା ରୟାଲ୍‌ଟି ନବୀକରଣ କରାଯାଇନାହିଁ। ତୁରନ୍ତ କୋଇଲା ରୟାଲ୍‌ଟି ବୃଦ୍ଧି ଓ କ୍ଲିନ୍‌ ଏନର୍ଜି ସେସ୍‌ ଭାଗ ଦିଆଯାଉ। ସମ୍ବିଧାନର ୮ମ ପରିଚ୍ଛେଦରେ ହୋ, ଭୂମିଜ, ମୁଣ୍ଡାରୀ ଭାଷା ସାମିଲ କରାଯାଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଧାନ ସଂଗ୍ରହ ସବ୍‌ସିଡି ମିଳି ନ ଥିବାରୁ ସେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସବ୍‌ସିଡି ବିଳମ୍ବ ହେତୁ ଚାଷୀମାନେ ହଇରାଣ ହେଉଥିବା ସେ କହିଛନ୍ତି। ଏହାଛଡ଼ା ରେଳ ଭିତ୍ତିଭୂମି ପାଇଁ ରାଜ୍ୟ ମାଗଣା ଜମି, ୫୦% ଅର୍ଥ ଦେଉଛି। ଏହା ସତ୍ତ୍ୱେ ବି କାର୍ଯ୍ୟ ଯଥେଷ୍ଟ ଅଗ୍ରଗତି କରୁନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri