ପ୍ରାକ୍‌ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍‌ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତି ନେଇ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ। ଏହାକୁ ଦୃଷ୍ଟିରେ ରଖି ମୁକାବିଲା ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀ, ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ବିପଦପୂର୍ଣ୍ଣ ଅଞ୍ଚଳରେ ଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ବାତ୍ୟା ପରେ ରାସ୍ତା, ପାନୀୟ ଜଳ ଏବଂ ବିଜୁଳି ଯୋଗାଣ ସ୍ବାଭାବିକ ପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପୂର୍ତ୍ତ, ଶକ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ନଗର ଉନ୍ନୟନ ବିଭାଗ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ସମୟରେ ମାଛଧରା କାର୍ଯ୍ୟକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡ଼ିଶାବାସୀ ୧୯୯୯ ମହାବାତ୍ୟା ଠାରୁ ଆରମ୍ଭ କରି ଫାଇଲିନ, ହୁଡ୍‌ହୁଡ୍‌, ତିତ୍‌ଲି, ବୁଲବୁଲ, ଫନୀ ଭଳି ବହୁ ବାତ୍ୟାକୁ ସଫଳତାର ସହ ମୁକାବିଲା କରି ଆସିଛନ୍ତି। ଅମ୍ଫନ ବାତ୍ୟାକୁ ନେଇ ଆତଙ୍କିତ ନ ହୋଇ ମୁକାବିଲା କରିବା ପାଇଁ ସରକାରଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।
ପ୍ରଭାବିତ ହେବାକୁ ଥିବା ୧୨ଟି ଜିଲାର ଜିଲାପାଳମାନଙ୍କ ସହ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରିଛନ୍ତି। ବାତ୍ୟା ଅମ୍ପନ ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଥିବା ମୁଖ୍ୟଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ବାତ୍ୟା ଯୋଗୁ ୪ଟି ଜିଲାର ୬୪୯ ଗାଁର ପ୍ରାୟ ୭ ଲକ୍ଷ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏଥିସହିତ ୧ ଲକ୍ଷ ହେକ୍ଟର ରବି ଫସଲ ଓ ପନିପରିବା ପ୍ରଭାବିତ ହେବା ନେଇ ଆକଳନ କରାଯାଇଛି। ଚାଷୀମାନଙ୍କୁ ସେମାନଙ୍କର ଫସଲ ଅମଳ କରିନେବା ପାଇଁ ସଚେତନ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି।
ବାତ୍ୟା ମୁକାବିଲା ପାଇଁ ୧୧ ଲକ୍ଷ ଲୋକ ରହି ପାରିବା ଭଳି ୫୬୭ଟି ବାତ୍ୟା ଆଶ୍ରୟସ୍ଥଳ ଏବଂ ୭ ହଜାର ପକ୍କାଘରକୁ ପ୍ରପ୍ରୁତ ରଖାଯାଇଛି। ଏଥିସହିତ ୩ଟି ଏନଡିଆରଏଫ ଏବଂ ୧୨ଟି ଓଡ୍ରାଫ ଟିମ ଏବଂ ୩୫୫ଟି ଅଗ୍ନିଶମ ବାହିନୀକୁ ମତୟନ କରାଯାଇଛି ବୋଲି ବୈଠକ ପରେ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।
ରାଜ୍ୟ ପ୍ରଶାସନ ବର୍ତ୍ତମାନ କୋଭିଡ-୧୯ ରୋଗ ନିୟନ୍ତ୍ରଣ ସଫଳତାର ସହ କରି ଚାଲିଥିବାରୁ ମୁଖ୍ୟମନ୍ତ୍ରୀ ତୃଣମୂଳ ସ୍ତରରୁ ଆରମ୍ଭ କରି ସର୍ବୋଚ୍ଚ ସ୍ତର ପର୍ଯ୍ୟନ୍ତ ଟିମ ଓଡିଶାର ସମସ୍ତ ସଦସ୍ୟଙ୍କୁ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ପାଇଁ ଧନ୍ୟବାଦ ଦେଇଛନ୍ତି। ଏହି ଭିଡିଓ କନଫରେନ୍ସରେ ମୁଖ୍ୟଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କିମାନର, ପୋଲିସ ମହାନିର୍ଦ୍ଦେଶକ, ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଏବଂ ପ୍ରଭାବିତ ଜିଲାଗୁଡିକର ଜିଲାପାଳମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri