ପ୍ରାଣଘାତୀ କରୋନା କବଳରୁ ମୁକ୍ତି ପାଇଁ ପ୍ରାର୍ଥନା: ଚାରି ଆଶ୍ରମ ବିଜେ କଲେ ବାଡ଼ି ନୃସିଂହ

ପୁରୀ ଅଫିସ,୨୯ା୩: ଚୈତ୍ର ଶୁକ୍ଳ ଚତୁର୍ଥୀରେ ଶନିବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇଁ ବାଡ଼ି ନୃସିଂହ ଦକ୍ଷିଣୀ ଘରୁ ପଟୁଆରରେ ବିମାନକୁ ବିଜେ କରିଥିଲେ। ଶ୍ରୀକ୍ଷେତ୍ରର ମହର୍ଷି ମାର୍କଣ୍ଡେୟ, ମହର୍ଷି କଣ୍ଡୁ, ମହର୍ଷି ଭୃଗୁ ଓ ମହର୍ଷି ଅଙ୍ଗିରାଙ୍କ ଆଶ୍ରମ ପରିକ୍ରମା କରି ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିଥିଲେ। କଥିତ ଅଛି, ପୁରୀ ସହରରେ ପୂର୍ବେ ହଇଜା ଲାଗିଥିଲା। ଯେତେ ଯାହା କଲେ ବି କମି ନ ଥିଲା। ଶେଷରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ବାଡ଼ିନୃସିଂହ ଶ୍ରୀକ୍ଷେତ୍ର ପରିକ୍ରମା କରିବା ପରେ ହଇଜା କମିଥିଲା। ବର୍ତ୍ତମାନ କରୋନା ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଛି। ପ୍ରାଣଘାତୀ କରୋନା କବଳରୁ ମୁକ୍ତି ପାଇବା ପାଇଁ ସମସ୍ତେ ତ୍ରାହି ତ୍ରାହି ଡାକୁଛନ୍ତି। ଏଭଳି ସମୟରେ ବିଶ୍ୱକୁ ରକ୍ଷା କରିବା ପାଇଁ ବାଡ଼ି ନୃସିଂହଙ୍କ ନିକଟରେ ସହରବାସୀ ପ୍ରାର୍ଥନା କରିଥିଲେ। ଏ ସମ୍ପର୍କରେ ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି, ପୂର୍ବରୁ ରଥଯାତ୍ରା ପରେ ପରେ ପୁରୀ ସହରରେ ଝାଡ଼ାବାନ୍ତି ବ୍ୟାପୁଥିଲା। ଏହାକୁ କେହି କେହି ବାଡ଼ି ରୋଗ ବୋଲି କହିଥାନ୍ତି। ଏହି ରୋଗ ବ୍ୟାପିବାରୁ ନୃସିଂହ ଠାକୁର ପୁରୀ ସହର ପରିକ୍ରମା କରିଥିଲେ। ସେବେଠୁ ଏହି ପରମ୍ପରା ରହିଆସିଛି।

Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri