ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ

ବର୍ଲିନ୍‌,୧୬ା୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ବ୍ୟାହତ ହେବାରୁ ମଣିଷଠାରୁ ଆରମ୍ଭ କରି ପ୍ରାଣୀଜଗତ ପର୍ଯ୍ୟନ୍ତ ସଭିଙ୍କ ପାଇଁ ଖାଦ୍ୟର ଅଭାବ ଦେଖାଦେଇଛି। ତେବେ ଜର୍ମାନୀ ପ୍ରାଣୀ ଉଦ୍ୟାନରେ ଥିବା ପ୍ରାଣୀଙ୍କ ଲାଗି ଖାଦ୍ୟର ଘୋର ଅଭାବ ସୃଷ୍ଟି ହୋଇଛି। ଇଷ୍ଟରରେ ପ୍ରତିବର୍ଷ ଏଠାରେ ଥିବା ବିଭିନ୍ନ ପ୍ରାଣୀ ଉଦ୍ୟାନରେ ପର୍ଯ୍ୟଟକଙ୍କ ଗହଳି ହୋଇଥାଏ। ତେବେ ଚଳିତବର୍ଷ କରୋନା ସଂକ୍ରମଣ ଯୋଗୁ ସମସ୍ତ ପ୍ରାଣୀ ଉଦ୍ୟାନ ବନ୍ଦ ରହିଛି। ତେଣୁ କିଛି ପ୍ରାଣୀଙ୍କୁ ହତ୍ୟା କରାଯିବାର ନିଷ୍ପତ୍ତି ଗ୍ରହଣ କରାଯାଇଛି। ସେମାନଙ୍କ ମାଂସକୁ ଅନ୍ୟ ପ୍ରାଣୀଙ୍କୁ ଖାଇବାକୁ ଦିଆଯିବ ବୋଲି ଉତ୍ତର ଜର୍ମାନୀର ଏକ ପ୍ରାଣୀ ଉଦ୍ୟାନ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଅନ୍ୟ ପ୍ରାଣୀ ଉଦ୍ୟାନରେ ମଧ୍ୟ ଏଭଳି କରାଯିବାର ଯୋଜନା ରହିଛି। ନେମୁନଷ୍ଟର ପ୍ରାଣୀ ଉଦ୍ୟାନର ଅଧିକାରୀ କାସପାରି କହିଛନ୍ତି ଯେ, ଏଭଳି କରିବା ଦ୍ୱାରା କିଛି ପ୍ରାଣୀ ଏହି ସଙ୍କଟ ଜନକ ସ୍ଥିତିରେ ବଞ୍ଚି ରହିବାକୁ ସକ୍ଷମ ହୋଇପାରିବେ। ସୂଚନାଯୋଗ୍ୟ, ପ୍ରତି ସପ୍ତାହରେ ଜର୍ମାନୀରେ ଥିବା ପ୍ରାଣୀ ଉଦ୍ୟାନ ପାଇଁ ପ୍ରାୟ ୫୦୦,୦୦୦ ୟୁରୋ ଖର୍ଚ୍ଚ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri