ପ୍ରାତଃଭ୍ରମଣରେ ଯିବାବଳେ ଅଘଟଣ, ମହିଳାଙ୍କ ଜୀବନ ଗଲା

ତାଳଚେର,୧୩।୧୧(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବ୍ଲକ ଡେରା ପେଟ୍ରୋଲ ପମ୍ପ ନିକଟରେ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସୁଭାସିନୀ ନାଥ(୪୫ବର୍ଷ)। ତାଙ୍କ ଘର ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମରେ। ସେ ଡେରା ପେଟ୍ରୋଲ ପମ୍ପ ପଛ ପାଖରେ ଭଡାରେ ରହୁଥିଲେ। ସକାଳେ ସକାଳେ ସୁଭାସିନୀ ପ୍ରାତଃଭ୍ରମଣରେ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ଡେରାରୁ ଭୁବନେଶ୍ୱର ଯାଉଥିବା ଏକ ବସ୍‌(ନମ୍ବର ଓଡି୩୫-୨୧୫୯) ତାଙ୍କୁ ଧକ୍କା ଦେଇଥିଲା। ଗୁରତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଉପଖଣ୍ଡ ଡାକ୍ତରଖାନାକୁ ନେବାବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। କଲିଆରି ପୋଲିସ ଘଟଣାର ତଦନ୍ତ କରିବା ସହ ବସ୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri